ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ଗୋବିନ୍ଦ ଭୋଇ(୬୧)ଙ୍କ ସ୍ତ୍ରୀ ରୁକ୍ମିଣୀ ଭୋଇ(୫୫)। ଖବର ପାଇ ବ୍ରଜରାଜନଗର ଏସ୍‌ଡ଼ିପିଓ ଚିନ୍ତାମଣି ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l

ଉକ୍ତ ପଡ଼ାର ଗୋବିନ୍ଦ ଏବଂ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଉକ୍ତ ଘରେ ରହୁଥିଲେ l ହେଲେ ୪ଦିନ ହେଲା ଘର ଭିତର ପଟୁ କବାଟ ବନ୍ଦ ରହିଥିଲା l ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ରୁକ୍ମିଣୀଙ୍କ ଭଉଣୀ ଆସି ବାହାରପଟୁ କବାଟ ବାଡେଇଥିଲେ। ଗୋବିନ୍ଦ ଭିତର ପଟୁ ଆସି କବାଟ ଖୋଲିଥିଲେ।

ସେ ଘରକୁ ଯାଇ ଦେଖିଲା ବେଳକୁ ଭଉଣୀର ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ l ପୋଲିସ ପହଞ୍ଚିବା ଦେଖି ଗୋବିନ୍ଦ ଚେତାଶୁନ୍ୟ ହୋଇ ପଡିଥିଲେ। ପୋଲିସ ତୁରନ୍ତ ଗୋବିନ୍ଦଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଯାଇଥିଲା। ଅନ୍ୟପକ୍ଷେ ରୁକ୍ମିଣୀଙ୍କ ୩ ଦିନ ତଳେ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ଅନୁମାନ କରାଯାଉଛି। ପୋଲିସ ମୃତଦେହ ଜବତ କରିଛି। ଅନ୍ୟପକ୍ଷେ ମହିଳାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି। ପୋଲିସ ଘଟଣାର ସଠିକ ତଦନ୍ତ କରି ରହସ୍ୟ ଉନ୍ମୋଚନ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ସୂଚନା ଯୋଗ୍ୟ, ଗୋବିନ୍ଦ ଜଣେ ଅବସର ପ୍ରାପ୍ତ ଏମ୍‌ସିଏଲ କର୍ମଚାରୀ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri