ଭଡ଼ାଘରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ: ଅନୈତିକ ସମ୍ପର୍କରୁ ହତ୍ୟା

ବାସୁଦେବପୁର,୫।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ଗତ ଗୁରୁବାର ମିଳିଥିଲା। ଝିଅକୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ମୃତା ମହିଳାଙ୍କ ମା’ ବାସୁଦେବପୁର ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ହତ୍ୟା ମାମଲା (ନଂ.୫୬/୨୩) ରୁଜୁ କରି ତଦନ୍ତ ଜାରି ରଖିଥିଲା। ଏହି ଘଟଣାରେ ୫ଜଣଙ୍କ ନଁାରେ ମାମଲା ରୁଜୁ ହୋଇଥିବା ବେଳେ ମୁଖ୍ୟ ଅଭିଯୁକ୍ତ ସତ୍ୟଜିତ ଓରଫ ବାପୁନୁ ମାଝୀ(୨୫)ଙ୍କୁ ପୋଲିସ ଗିରଫ କରିବା ସହ ହତ୍ୟା ରହସ୍ୟ ଉନ୍ମୋଚନ କରିଛି। ଅନୈତିକ ସମ୍ପର୍କ ହତ୍ୟାକାଣ୍ଡର କାରଣ ବୋଲି ପୋଲିସ ସୂଚନା ଦେଇଛି।
ପ୍ରକାଶ ଯେ, ମୃତା ମହିଳାଙ୍କ ସ୍ବାମୀ ଜଣେ ମତ୍ସ୍ୟଜୀବୀ। ସେ ସ୍ତ୍ରୀ ଓ ଶିଶୁକନ୍ୟାଙ୍କୁ ନେଇ ଇରମ ଅଞ୍ଚଳରେ ଭଡ଼ାଘରେ ରହୁଥିଲେ। ସ୍ବାମୀଙ୍କ ଅନୁପସ୍ଥିତିରେ ମହିଳାଙ୍କ ଘର ମାଲିକଙ୍କ ଭାଇଙ୍କ ପୁଅ ସତ୍ୟଜିତଙ୍କ ସହ ଅନୈତିକ ସମ୍ପର୍କ ଗଢ଼ି ଉଠିଥିଲା। ଗତ ୧ ତାରିଖ ରାତିରେ ସେ ସତ୍ୟଜିତଙ୍କୁ ଘରକୁ ଡକାଇ ତାଙ୍କୁ ବିବାହ କରିବାକୁ ବାଧ୍ୟ କରିଥିଲେ। ଏଥିରେ ସତ୍ୟଜିତ ରାଜି ନ ହେବାରୁ ମୋତେ ବିବାହ ନ କଲେ ଫାଶୀ ଦେଇ ମରିବି ବୋଲି ସେ ଧମକାଇଥିଲେ। ଏହି ସମୟରେ ସତ୍ୟଜିତ ସେଠାରୁ ପଳାଇଥିଲେ। ପୁଣି କିଛି ସମୟ ପରେ ସେ ମହିଳାଙ୍କ ଘରେ ପହଞ୍ଚିଥିଲେ। ସେତେବେଳକୁ ମହିଳା ଜଣକ ରଶି ଲଗାଇବାକୁ ପ୍ରସ୍ତୁତ ହେଉଥିଲେ। ସତ୍ୟଜିତ ତାଙ୍କୁ ବୁଝାଶୁଝା କରି ବିଫଳ ହେବା ପରେ ଉତ୍ତ୍ୟକ୍ତ ହୋଇ ଉକ୍ତ ଫାଶୀ ଲୁଗାରେ ମହିଳାଙ୍କ ବେକକୁ ଚାପି ମାରି ଦେଇଥିଲେ। ଏହାପରେ ଅପରାଧ ଲୁଚାଇବା ପାଇଁ ମୃତଦେହକୁ ଲୁଗାରେ ଝୁଲାଇ ଦେଇ ପଳାଇଥିଲେ। ପଚରାଉଚରା ବେଳେ ସତ୍ୟଜିତ ସବୁ ସତ ମାନିଥିବା ଆଇଆଇସି ସାବିତ୍ରୀ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri