ବୈତରଣୀରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ

ଆନନ୍ଦପୁର,୧୩।୭(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରୁ ଗୁରୁବାର ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ବ୍ୟାରେଜ ନିକଟ ଘାସ ବୁଦା ମୂଳରେ ରହିଥିବା ମୃତଦେହକୁ ଆନନ୍ଦପୁର ପୋଲିସ ଏବଂ ଅଗ୍ନିଶମ ବିଭାଗ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ତେବେ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ କେଉଁ ପରିସ୍ଥିତିରେ ମୃତଦେହ ନଦୀକୁ ଆସିଲା ଏହାର ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।

ସୂଚନାଯୋଗ୍ୟ ୫ ଦିନ ତଳେ ସ୍ଥାନୀୟ କେତେକ ଯୁବକ ବ୍ୟାରେଜ ନିକଟରେ ଏକ ମୃତଦେହ ପାଣିରେ ଭାସୁଥିବା ଦେଖିଥିବା ଆଲୋଚନା ପରିସରକୁ ଆସିଥିଲା। ହେଲେ ବୁଧବାର ମୃତଦେହ ନଦୀରେ ଭାସୁଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ। ହେଲେ ସନ୍ଧ୍ୟା ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ହୋଇପାରି ନ ଥିଲା। ଗୁରୁବାର ପୂର୍ବାହ୍ନରେ ଆନନ୍ଦପୁର ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri