Posted inଫୁରସତ

ଜାତିପ୍ରଥା ପାଇଁ ଅଧାରୁ ବନ୍ଦ ହେଲା ମହିଳାଙ୍କ ଶବଦାହ

ଆଗ୍ରା, ୨୭।୭: ଉତ୍ତର ପ୍ରଦେଶରେ ଲୋକଙ୍କ ମନରେ ଏବେ ମଧ୍ୟ କେମିତି ଜାତିପ୍ରଥା ବସା ବାନ୍ଧିହୋଇ ରହିଛି ତାହାର ଏକ ଜ୍ୱଳନ୍ତ ଉଦାହରଣ ଆଗ୍ରାରେ ଦେଖିବାକୁ ମିଳିଛି। ଏଠାରେ ଜଣେ ଦଳିତ ମହିଳାଙ୍କ ମୃତ୍ୟୁପରେ ପରିବାର ଲୋକ ଗ୍ରାମ ବାହାରେ ଥିବା ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରୁଥିଲେ। କିନ୍ତୁ ସେଠାରେ କିଛି ଗ୍ରାମବାସୀ ପହଞ୍ଚି ଶବଦାହକୁ ବିରୋଧ କରିଥିଲେ। ଫଳରେ ଉପାୟଶୂନ୍ୟ ହୋଇ ଏହି ପରିବାର ଲୋକ ଥାନାରେ କୌଣସି ମାମଲା ରୁଜୁୂ ନ କରି ମହିଳାଙ୍କ ଶବକୁ ସେଠାରୁ ଧରି ଅନ୍ୟ ଏକ ସ୍ଥାନରେ ଶେଷରେ ଅନ୍ତିମ ସଂସ୍କାର କରିଥିବା ଜଣାପଡ଼ିଛି। ଘଟଣାର ଏକ ସପ୍ତାହ ପରେ ଏହି ଖବର ପାଇ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ଅଛନେରା ତହସିଲ ଅନ୍ତର୍ଗତ ରାୟଭା ଗ୍ରାମରେ ନଟ୍‌ ସମ୍ପ୍ରଦାୟର କିଛି ଲୋକ ରୁହନ୍ତି। ଏହି ସମ୍ପ୍ରଦାୟର ଜଣେ ମହିଳାଜଣଙ୍କ ଗତ ୨୦ରେ ସ୍ବାସ୍ଥ୍ୟ ଖରାପ ହୋଇଥିଲା। ଏହାପରେ ସେହିଦିନ ତାଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ପରିବାର ଲୋକ ଅନ୍ତିମ ସଂସ୍କାର ପାଇଁ ଗ୍ରାମ ନିକଟରେ ଥିବା ଶ୍ମଶାନରେ ପହଞ୍ଚତ୍ଥିଲେ। ମହିଳାଙ୍କ ୬ ବର୍ଷର ପୁଅ ଜେଜେବାପାଙ୍କ ସହାୟତାରେ ମୁଖାଗ୍ନି ଦେବା ପାଇଁ ଚିତା ଚାରିପାଖେ ବୁଲୁଥିବାବେଳେ କିଛି ଗ୍ରାମବାସୀ ସେଠାରେ ପହଞ୍ଚି ଶବଦାହକୁ ବିରୋଧ କରିଥିଲେ। ପୂର୍ବରୁ ମଧ୍ୟ ଏହି ସମ୍ପ୍ରଦାୟର ଲୋକଙ୍କ ଶବକୁ ଏଠାରେ ଗ୍ରାମବାସୀ ଅନ୍ତିମ ସଂସ୍କାର କରାଇ ଦେଉ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri