ଚୁଆରେ ଭାସୁଥିଲା ମହିଳାଙ୍କ ମୃତଦେହ, ଆଉ ତା ପରେ…

ବାଲିଗୁଡା,୧୫l୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ ଚୁଆରୁ ମହିଳାଙ୍କ ମୃତଦେହ ଜବତ କରିଛି ବାଲିଗୁଡା ପୋଲିସ l ମୃତକ ମହିଳା ଜଣକ ଶାନ୍ତିଲତା ମଲ୍ଲିକ ହୋଇଥିବା ଜଣାପଡ଼ିଛିl
ସୂଚନାନୁଯାୟୀ, ଆଜକୁ ତିନିଦିନ ହେବ ବାପଘରକୁ ଯିବା ପାଇଁ ବାହାରିଥିଲେ ଶାନ୍ତିଲତା l ସେଠାରେ ପହଞ୍ଚିଲେ ନା ନାହିଁଁ ସେନେଇ ଶାନ୍ତିଲତାଙ୍କ ସ୍ବାମୀ ଵୀରେନ୍ଦ୍ର ମଲ୍ଲିକ ଖବର ନେବା ପରେ ଶାନ୍ତିଲତା ସେଠାରେ ପହଞ୍ଚି ନ ଥିବା ଜାଣିବାକୁ ପାଇଥିଲେ ଏବଂ ଶାନ୍ତିଲତା କୁଆଡେ଼ ଗଲେ ସେନେଇ ଖୋଜାଖୋଜି କରିଥିଲେ ପରିବାର ଲୋକେ l ହେଲେ ରବିବାର ସକାଳୁ କଟପଡ଼ି ଗ୍ରାମର ଲୋକେ ଗାଁ ନିକଟସ୍ଥ ଉକ୍ତ ଚୁଆକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଶାନ୍ତିଲତାଙ୍କ ଶବ ଚୁଆରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ l ଖବର ପାଇ ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚି ଦେଖିବା ପରେ ବାଲିଗୁଡ଼ା ଥାନା ପୋଲିସକୁ ଜଣାଇଥିଲେ । ପୋଲିସ ପକ୍ଷରୁ ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ କେଉଁ ପରିସ୍ଥିତିରେ ଶାନ୍ତିଲତା ଚୁଆରେ ବୁଡ଼ିଲେ ଏବଂ ତାଙ୍କର ମୃତ୍ୟୁ କିପରି ଘଟିଲା ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ । ଏ ନେଇ ପୋଲିସ ତଦନ୍ତ ଅବ୍ୟାହତ ରଖିଥିବା ପ୍ରକାଶ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri