ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଘଟଣାସ୍ଥଳରେ ପୋଲିସ, ଡଗ୍ ସ୍କ୍ବାଡ୍ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ କରୁଛନ୍ତି। ମୃତ ମହିଳା ଜଣକ ହେଲେ ନିରୂପମା ସ୍ବାଇଁ(୩୫)। ମୃତଦେହଟି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିବାରୁ କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ସ୍ଥାନୀୟ ଲୋକେ କହୁଛନ୍ତି।

