ଆସିକା,୧୦ା୨(ଡି.ଏନ.ଏ.)-ଆସିକା ଥାନା ଅନ୍ତର୍ଗତ ଅସୁରାଇପଲ୍ଲୀ ଗ୍ରାମରେ ଗୁରୁବାର ରାତିରେ ଜଣେ ଅନ୍ତଃସତ୍ତ୍ୱା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସେହି ଗ୍ରାମର ମଙ୍ଗୁଳୁ ନାୟକଙ୍କ ସ୍ତ୍ରୀ ପାବନୀ ଓରଫ ରୀନା ନାୟକ (୨୪)।ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିଲା ବେଳେ ଶୁକ୍ରବାର ରୀନାଙ୍କ ଭାଇ ବାରିକ ଭଉଣୀଙ୍କୁ ଯୌତୁକ ଜନିତ ହତ୍ୟା କରାଯାଇଥିବା ଆସିକା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ନଂ.୧୧୩/୨୩ରେ ମାମଲା ରୁଜୁ କରିଛି। ମୃତଦେହ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜବତ କରାଯାଇ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ବଡମେଡିକାଲ ଏଫ୍.ଏମ.ଟି ବିଭାଗକୁ ପଠାଯାଇଛି। ଏହି ମାମଲାରେ ପୋଲିସ ମୃତ ମହିଳାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁରଙ୍କୁ ଅଟକ ରଖି ତଦନ୍ତି ଚଳାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି। ଅଭିଯୋଗରୁ ପ୍ରକାଶ, ଗଞ୍ଜାମ ଜିଲା ତାରସିଙ୍ଗି ଥାନା ତିଳିସିଙ୍ଗି ଗ୍ରାମର ବାରିକ ନାୟକଙ୍କ ଭଉଣୀ ପାବନୀଙ୍କ ଗତ ଦୁଇବର୍ଷ ତଳେ ଅସୁରାଇପଲ୍ଲୀ ଗ୍ରାମରେ ଅଭିମନ୍ୟୁ ନାୟକଙ୍କ ବଡ ପୁଅ ମଙ୍ଗୁଳୁଙ୍କ ସହ ବିବାହ ହୋଇଥିଲା। ବିବାହ ସମୟରେ ପାବନୀଙ୍କ ପରିବାର ପକ୍ଷରୁ ଗୋଟିଏ ବାଇକ, ମୁଦି ଏବଂ ଅନ୍ୟାନ୍ୟ ଆସବାବପତ୍ର ଦିଆଯାଇଥିଲା। ତେବେ ବିବାହ ପରେ ପରେ ପାବନୀଙ୍କୁ ଶାଶୁ, ଶ୍ୱଶୁର ଓ ସ୍ବାମୀ ଅଧିକ ଯୌତୁକ ଆଣିବା ଲାଗି ରୀତିମତ ନିର୍ଯାତନା ଦେଇ ଆସୁଥିଲେ ା ଗୁରୁବାର ରାତିରେ ମହିଳା ଜଣକ ତାଙ୍କ ପରିବାରକୁ ତୁରନ୍ତ ଆସି ତାଙ୍କୁ ଏଠାରୁ ନେଇଯିବା ଲାଗି ଆକୁଳ ନିବେଦନ କରିଥିଲା ବେଳେ ନ ହେଲେ ଶାଶୁ ଘର ଲୋକେ ମାରିଦେବେ ବୋଲି ଜଣାଇଥିଲେ। ପରେ ରାତ୍ର ପ୍ରାୟ ୧୨ଟାରେ ମହିଳାଙ୍କ ଶାଶୁ ଘର ପକ୍ଷରୁ ବାପଘରକୁ ପାବନୀଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଏଭଳି ସ୍ଥିତିରେ ମୃତ ମହିଳାଙ୍କ ଭାଇ ଏହା ଏକ ଯୌତୁକ ଜନିତ ହତ୍ୟା ଆଶଙ୍କା କରି ତଦନ୍ତ ଲାଗି ପୋଲିସରେ କରିଥିବା ଅଭିଯୋଗରୁ ପ୍ରକାଶ।
Posted inଆମ ଜିଲା ଖବର, ଗଞ୍ଜାମ View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍ଗାର୍ଡ
ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...
Archives


