ଆସିକା,୧୦ା୨(ଡି.ଏନ.ଏ.)-ଆସିକା ଥାନା ଅନ୍ତର୍ଗତ ଅସୁରାଇପଲ୍ଲୀ ଗ୍ରାମରେ ଗୁରୁବାର ରାତିରେ ଜଣେ ଅନ୍ତଃସତ୍ତ୍ୱା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସେହି ଗ୍ରାମର ମଙ୍ଗୁଳୁ ନାୟକଙ୍କ ସ୍ତ୍ରୀ ପାବନୀ ଓରଫ ରୀନା ନାୟକ (୨୪)।ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିଲା ବେଳେ ଶୁକ୍ରବାର ରୀନାଙ୍କ ଭାଇ ବାରିକ ଭଉଣୀଙ୍କୁ ଯୌତୁକ ଜନିତ ହତ୍ୟା କରାଯାଇଥିବା ଆସିକା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ନଂ.୧୧୩/୨୩ରେ ମାମଲା ରୁଜୁ କରିଛି। ମୃତଦେହ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜବତ କରାଯାଇ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ବଡମେଡିକାଲ ଏଫ୍.ଏମ.ଟି ବିଭାଗକୁ ପଠାଯାଇଛି। ଏହି ମାମଲାରେ ପୋଲିସ ମୃତ ମହିଳାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁରଙ୍କୁ ଅଟକ ରଖି ତଦନ୍ତି ଚଳାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି। ଅଭିଯୋଗରୁ ପ୍ରକାଶ, ଗଞ୍ଜାମ ଜିଲା ତାରସିଙ୍ଗି ଥାନା ତିଳିସିଙ୍ଗି ଗ୍ରାମର ବାରିକ ନାୟକଙ୍କ ଭଉଣୀ ପାବନୀଙ୍କ ଗତ ଦୁଇବର୍ଷ ତଳେ ଅସୁରାଇପଲ୍ଲୀ ଗ୍ରାମରେ ଅଭିମନ୍ୟୁ ନାୟକଙ୍କ ବଡ ପୁଅ ମଙ୍ଗୁଳୁଙ୍କ ସହ ବିବାହ ହୋଇଥିଲା। ବିବାହ ସମୟରେ ପାବନୀଙ୍କ ପରିବାର ପକ୍ଷରୁ ଗୋଟିଏ ବାଇକ, ମୁଦି ଏବଂ ଅନ୍ୟାନ୍ୟ ଆସବାବପତ୍ର ଦିଆଯାଇଥିଲା। ତେବେ ବିବାହ ପରେ ପରେ ପାବନୀଙ୍କୁ ଶାଶୁ, ଶ୍ୱଶୁର ଓ ସ୍ବାମୀ ଅଧିକ ଯୌତୁକ ଆଣିବା ଲାଗି ରୀତିମତ ନିର୍ଯାତନା ଦେଇ ଆସୁଥିଲେ ା ଗୁରୁବାର ରାତିରେ ମହିଳା ଜଣକ ତାଙ୍କ ପରିବାରକୁ ତୁରନ୍ତ ଆସି ତାଙ୍କୁ ଏଠାରୁ ନେଇଯିବା ଲାଗି ଆକୁଳ ନିବେଦନ କରିଥିଲା ବେଳେ ନ ହେଲେ ଶାଶୁ ଘର ଲୋକେ ମାରିଦେବେ ବୋଲି ଜଣାଇଥିଲେ। ପରେ ରାତ୍ର ପ୍ରାୟ ୧୨ଟାରେ ମହିଳାଙ୍କ ଶାଶୁ ଘର ପକ୍ଷରୁ ବାପଘରକୁ ପାବନୀଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଏଭଳି ସ୍ଥିତିରେ ମୃତ ମହିଳାଙ୍କ ଭାଇ ଏହା ଏକ ଯୌତୁକ ଜନିତ ହତ୍ୟା ଆଶଙ୍କା କରି ତଦନ୍ତ ଲାଗି ପୋଲିସରେ କରିଥିବା ଅଭିଯୋଗରୁ ପ୍ରକାଶ।
Posted inଆମ ଜିଲା ଖବର, ଗଞ୍ଜାମ View All
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…
ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

