ଯୁବତୀଙ୍କ ଅର୍ଦ୍ଧ ନଗ୍ନ ମୃତଦେହ ଉଦ୍ଧାର, ବଳାତ୍କାର ପରେ ହତ୍ୟା ସନ୍ଦେହ

କେନ୍ଦୁଝର, ୧୮।୭ (ନରେଶ ଚନ୍ଦ୍ର ପଟ୍ଟନାୟକ) : ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ ନିକଟ ନରଣପୁର-ଡୁବୁରି ରାସ୍ତାର ମୂଷଳ ନଦୀ ନିକଟ ବୁଦା ମୂଳରୁ ଜଣେ ଯୁବତୀଙ୍କ ଅର୍ଦ୍ଧନଗ୍ନ ମୃତଦେହ ପୋଲିସ ଉଦ୍ଧାର କରିଛି ା ଯୁବତୀଙ୍କ ବୟସ ପାଖାପାଖି ୧୮ବର୍ଷ ହେବ କିନ୍ତୁ ପରିଚୟ ଏପର୍ଯ୍ୟନ୍ତ ମିଳିପାରିିନାହିଁ ା ତାଙ୍କୁ କେହି ବଳାତ୍କାର କରି ହତ୍ୟା କରିଥିବା ପାରିପାର୍ଶ୍ୱିକ ଅବସ୍ଥାରୁ ସନ୍ଦେହ କରାଯାଉଛି। ଆଜି ସକାଳେ ଗୋରୁ ଚରାଇବାକୁ ଯାଇଥିବା ସ୍ଥାନୀୟ ଗ୍ରାମବାସୀ ମୃତଦେହକୁ ଦେଖି ପୋଲିସକୁ ସୂଚନା ଦେଇଥିଲେ ା ଘଟଣା ସ୍ଥଳକୁ ପୋଲିସ ଯାଇଥିବା ବେଳେ ବିଶେଷଜ୍ଞ ଦଳ ପହଁଚି ଘଟଣାର ଅନୁଧ୍ୟାନ କରିଥିଲେ ା ଏକାଧିକ ଲୋକ ଏଥିରେ ସାମିଲ ଥିବା ଆଶଙ୍କା କରାଯାଉଛି ା ଯୁବତଙ୍କୁ ଅନ୍ୟ ସ୍ଥାନରେ ହତ୍ୟା କରି ଆଣି ଏଠାରେ ଫୋପାଡି ଦେଇଥିବା ସ୍ଥାନୀୟ ଲୋକ ସନ୍ଦେହ କରୁଛନ୍ତି ା ଏଣୁ ପରିଚୟ ମିଳିବାରେ ବିଳମ୍ବ ଘଟୁଛି ା ଓଢଣୀରେ ଯୁବତୀର ବେକକୁ ବନ୍ଧା ଯାଇଥିବା ବେଳେ ନିକଟରେ ପିନ୍ଧିଥିବା ଜିନସ ପ୍ୟାଣ୍ଟ୍‌ ପଡିଛି ା ଏସପି କେନ୍ଦୁଝର ନିତିନ କୁଶଲକର, ଏସଡିପିଓ ଘଟଗାଁ ଆଲୋକ ଜେନା ପୋଲିସ ବିଶେଷଜ୍ଞ ଘଟଣା ସ୍ଥଳରେ ପହଁଚି ଅନୁଧ୍ୟାନ କରିଛନ୍ତି ା ହରିଚନ୍ଦନପୁର ଥାନା ଏସଆଇ ପ୍ରଫୁଲ୍ଲ ବାର୍ଲା କହିଛନ୍ତି ଯେ ଘଟଣାର ତଦନ୍ତ ଚାଲିଛି ା ମୃତଦେହ ବ୍ୟବଛେଦ ପାଇଁ ମେଡିିକାଲ ପଠାଯାଇଛି ା

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri