ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ କେନ୍ଦ୍ର କରି ବିବାଦ ଉଗ୍ରରୁପ ଧାରଣ କରିବା ପରେ ପଡ଼ୋଶୀଙ୍କ କୋଦାଳ ଓ ଶାବଳମାଡ଼ରେ କମଳା ସେଠୀ(୩୯)ଙ୍କ ମୃତ୍ୟୁ ହୋଇଥିବାବେଳେ କମଳାଙ୍କ ଭାଉଜ ଶଙ୍କୁନ୍ତଳା ସେଠୀ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଅବସ୍ଥା ମଧ୍ୟ ସଙ୍କଟାପନ୍ନ ଅଛି।

ଖଇରା ପୋଲିସ ଏନେଇ କେସ୍‌ ନଂ ୧୨୩/୨୬ରେ ଏକ ମାମଲା ରୁଜୁ କରି ଆକ୍ରମଣରେ ସଂପୃକ୍ତ ଭାରତୀ ଜେନା ନାମକ ମହିଳାଙ୍କୁ ଅଟକ ରଖିଛନ୍ତି। ରବିବାର ପୂର୍ବାହ୍ନରେ ସୁରେନ୍ଦ୍ର ସେଠୀଙ୍କର ଘର ଛାତ ପାଇଁ ସେଣ୍ଟରିଂ କାର୍ଯ୍ୟ ଚାଲିଥିବା ବେଳେ ପଡ଼ୋଶୀ ଭରତ ଜେନା ଓ ତାଙ୍କ ପରିବାର ର ଅନ୍ୟମାନେ ଆମ ଜାଗାକୁ କାହିଁକି ମାଡ଼ିଆସିଛ ବୋଲି କହି ପାଟିତୁଣ୍ଡ ଆରମ୍ଭ କରିଥିଲେ। ଘଟଣା ଉଗ୍ରରୂପ ଧାରଣ କରିବା ପରେ ହଠାତ୍‌ ଭରତ ଓ ତାଙ୍କ ସ୍ତ୍ରୀ ଭାରତୀ ପୁଅ ମାନସ ଓ ମିନତୀ ଉତ୍ତ୍ୟକ୍ତ ହୋଇ ଶାବଳ ଓ କୋଦାଳରେ ସୁରେନ୍ଦ୍ର ଓ ତାଙ୍କ ପତ୍ନୀ ଶଙ୍କୁନ୍ତଳା,ଝିଅ ତୁଳସୀ ଓ ଭଉଣୀ କମଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଆହତଙ୍କୁ ପ୍ରଥମେ ଖଇରା ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?