ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ

ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା ଖସି ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଆହତ ହୋଇଛନ୍ତି।

ଏଭଳି ଏକ ଅଘଟଣ ଘଟିଛି କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ନୀଳଦୋରାପୁଟ ଗ୍ରାମରେ। ମୃତକ ମହିଳା ଜଣକ ହେଲେ କଟଲାପୁଟ ଗ୍ରାମର ପୁଷ୍ପ ମାଳିଙ୍କ ସ୍ତ୍ରୀ ଗୁପ୍ତେଶରୀ(୨୧) ବୋଲି ଜଣାପଡିଛି। କମାରବେଲଗାଁ ଗ୍ରାମର ମାଳତୀ ଖିଲ(୨୮) ଏବଂ କାଞ୍ଚନ ଛୋଡ଼ିଆ (୧୩) ଆହତ ହୋଇ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେଉଛନ୍ତି।

ମିଳିଥିବା ସୂଚନା ମୁତାବକ, ଗୁପ୍ତେଶରୀ ସ୍ବାମୀ ଏବଂ ୩ ବର୍ଷର ଦିବ୍ୟାଙ୍ଗ ପୁଅକୁ ଧରି ବାପଘର କମାରବେଲଗାଁ ବୁଲିବାକୁ ଆସିଥିଲେ। ଗୁରୁବାର ଶାଶୁଘର ଫେରିବା ବାଟରେ ଘରଲିପା ପାଇଁ ମାଟି ସଂଗ୍ରହ କରିବା ବୋଲି ଭାଇ ଭାଉଜ ଓ ଝିଆରୀଙ୍କ ସହ ମିଶି ନୀଳ ଦୋରାପୁଟ ଗଙ୍ଗାନାଳ ନିକଟରେ ପହଞ୍ଚି ଥିଲେ।

ନାଳକଡ ନୀଳଗିରୀ ବାଡ଼ରେ ସ୍ବାମୀ ପୁଷ୍ପ ଓ ଭାଇ ଦିଲୀପଙ୍କୁ ଦିବ୍ୟାଙ୍ଗ ପୁଅକୁ ଧରିବାକୁ ଦେଇ ଭାଉଜ ଲଳିତା, ଝିଆରୀ କାଞ୍ଚନଙ୍କ ସହ ମାଟି ସଂଗ୍ରହ କରୁଥିଲେ। ସେତିକିବେଳେ ହଠାତ୍‌ ମାଟି ଅତଡ଼ା ଖସି ୩ଜଣଙ୍କ ଉପରେ ପଡ଼ିଥିଲା। ଭାଉଜ ଓ ଝିଆରୀ ଅଳ୍ପକେ ବର୍ତ୍ତି ବାହାରକୁ ବାହାରି ପାଟି କରିବାରେ ସ୍ବାମୀ ଓ ଭାଇ ପହଞ୍ଚି ମାଟି ହଟାଇ ଗୁପ୍ତେଶ୍ୱରୀଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ସ୍ବାମୀ ପୁଷ୍ପ ନନ୍ଦପୁର ଥାନାରେ ଏତଲା ଦେଇଥିଲେ। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ତ୍ରିନାଥ ତୋଟା ପାଡ଼ିଆ ସୂଚନା ଦେଇଛନ୍ତି।

ଅନ୍ୟପଟେ ପରିବାରଟି ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ପ୍ରଦାନ କରିବାକୁ ମଲିବେଲଗାଁ ସରପଞ୍ଚ ପ୍ରହଲ୍ଲାଦ ମୁଦୁଲି ଓ ଗ୍ରାମବାସୀ ଅନୁରୋଧ କରିଛନ୍ତି। ନନ୍ଦପୁର ତହସିଲଦାର ଦେବବ୍ରତ ମହାରଣା ଘଟଣା ସମ୍ପର୍କରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ନିର୍ଦ୍ଦେଶ ମୁତାବକ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ସୂଚନା ଥାଉକି ୩ ବର୍ଷ ତଳେ ସମ୍ପୃକ୍ତ ସ୍ଥାନରେ ମାଟି ଅତଡ଼ା ଖସି ଦୁଇ ମହିଳାଙ୍କ ମୃତ୍ୟୁ ହୋଇଥିଲା ଓ ଦୁଇ ଜଣ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?