ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଫୁଲବତି ରଣା(୪୮)। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତା ଉପରେ ମୃତଦେହକୁ ରଖି ଦୀର୍ଘ ୧୬ ଘଣ୍ଟା ଧରି ଜାତୀୟ ରାଜପଥକୁ ଅବରୋଧ କରି ରଖିଥିଲେ। ଏନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ସ୍ଥାନୀୟ ପ୍ରଶାସନ ଏବଂ ଘରୋଇ କମ୍ପାନୀ ଅଧିକାରୀଙ୍କ ପ୍ରତିଶ୍ରୁତି ପରେ ଶୁକ୍ରବାର ଅପରାହ୍ନରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ମିଳିଥିବା ସୂଚନା ମୁତାବକ, ଗୁରୁବାର ରାତି ପ୍ରାୟ ସାଢ଼େ ୯ ଟା ବେଳେ ୫୨୦ ନମ୍ବର ଜାତୀୟ ରାଜପଥରେ ଫୁଲବତୀ ଯାଉଥିବା ବେଳେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଭାରସାମ୍ୟ ହରାଇ ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଏଥିସହ ଦୁର୍ଘଟଣା ଘଟାଇଥିବା ଟ୍ରକ ପଛେ ଆସୁଥିବା ଅନ୍ୟ ଏକ ଟ୍ରକ ମଧ୍ୟ ଫୁଲବତିଙ୍କ ଉପରକୁ ଚଢ଼ିଯାଇଥିଲା। ଫଳରେ ଫୁଲବତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଜାତୀୟ ରାଜପଥରେ ଫୁଲବତିଙ୍କ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ରାସ୍ତା ଉପରେ ବେଆଇନ ପାର୍କିଂ ହେଉଥିବା ଲୋକେ ଅଭିଯୋଗ କରିବା ସହ ତୁରନ୍ତ ରାଜପଥରୁ ଭାରିଯାନ ହଟାଇବାକୁ ଦାବି କରିଥିଲେ। ଏପରିକି ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ପରିବାରର ଜଣଙ୍କୁ ଚାକିରି ପ୍ରଦାନ ଦାବି କରି ସ୍ଥାନୀୟ ଲୋକେ ଦାବି କରି ଆନ୍ଦୋଳନ କରିଥିଲେ।

ସ୍ଥାନୀୟ ପୋଲିସ ଆନ୍ଦୋଳନରତ ଲୋକଙ୍କୁ ବୁଝାଶୁଝା କରିଥିଲା। ହେଲେ ଲୋକେ ମାନି ନ ଥିଲେ। ପରେ ବଡବିଲ ତହସିଲଦାର ଡିଏସ୍‌ଏସ୍‌ ଯୋଶୀ ଶୁକ୍ରବାର ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ବିଫଳ ହୋଇଥିଲେ।

ଗୁରୁବାର ରାତି ସାଢ଼େ ୯ଟାରୁ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟା ପର୍ଯ୍ୟନ୍ତ ଦୀର୍ଘ ୧୬ ଘଣ୍ଟା ଧରି ଆନ୍ଦୋଳନ ପରେ ପ୍ରଶାସନର ଉଦ୍ୟମ କ୍ରମେ ଦୁଇଟି ଖଣି କମ୍ପାନୀ ଟ୍ରକଗୁଡ଼ିକର ପାର୍କିଂ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେବା ସହ ମୃତ ମହିଳାଙ୍କ ପୁଅକୁ ଚାକିରି ଦେବାକୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ରାସ୍ତା ଅବରୋଧ ଯୋଗୁ ଖଣିଜ ପରିବହନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିବା ବେଳେ ସାଧାରଣ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ପୋଲିସ ଜାଲରେ ୨ ଭାଇ, ଗୁମର ଖୋଲିଲା ‘PhonePe’ ଟ୍ରାଞ୍ଜେକ୍ସନ୍

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?