ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ ୪.୯୬ ଲକ୍ଷ। ତେବେ ଅଧିକ ଟଙ୍କା ନ ପାଇବାରୁ ତାଙ୍କ ଫଟୋ ଓ ଭିଡିଓ ଭାଇରାଲ କରିଦେଲେ। ଏହି ମାମଲାରେ ଭୁବନେଶ୍ୱର ମହିଳା ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ଶନିବାର ଗିରଫ କରିଛି। ସେ ହେଲେ ଭୁବନେଶ୍ୱର ବାଲିଅନ୍ତା ଥାନା ଅନ୍ତର୍ଗତ ଭିଙ୍ଗାରପୁର ଅଞ୍ଚଳର ମନୋରଞ୍ଜନ ଖଟେଇ (୨୯)। ତାଙ୍କଠାରୁ ସିମ୍‌ କାର୍ଡ ସମେତ ଅଶ୍ଳୀଳ ଫଟୋ ଓ ଭିଡିଓ ଥିବା ମୋବାଇଲ ଜବତ ହୋଇଛି। ଅଭିଯୁକ୍ତ ମନୋରଞ୍ଜନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ମାମଲା ଅନୁଯାୟୀ, ମନୋରଞ୍ଜନ ଏକ କୋରିଅର୍‌ ସଂସ୍ଥାରେ କାମ କରନ୍ତି। ପୀଡିତା ଜଣକ ମନୋରଞ୍ଜନଙ୍କ ଦୂର ସମ୍ପର୍କୀୟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ରହି ଏକ ଘରୋଇ ସଂସ୍ଥାରେ କାମ କରନ୍ତି। ତେଣୁ ଉଭୟଙ୍କ ମଧ୍ୟରେ ଭଲ ବନ୍ଧୁତା ଥିଲା। ଏହାର ଫାଇଦା ଉଠାଇ ପୀଡ଼ିତାଙ୍କ ଅଜାଣତରେ ତାଙ୍କର କିଛି ଆପତ୍ତିଜନକ ଫଟୋ ଓ ଭିଡିଓକୁ ମନୋରଞ୍ଜନ ନିଜ ପାଖରେ ରଖିଥିଲେ। ତେବେ କିଛିମାସ ତଳେ ଉକ୍ତ ଫଟୋ ଏବଂ ଭିଡିଓକୁ ଭାଇରାଲ୍‌ କରିବାର ଧମକ ଦେଇ ମହିଳାଙ୍କୁ ଟଙ୍କା ମାଗିଥିଲେ ମନୋରଞ୍ଜନ। ଫଳରେ ବିଭିନ୍ନ ପର୍ଯ୍ୟାୟରେ ପୀଡିତା ଜଣକ ତାଙ୍କୁ ୟୁପିଆଇ ଜରିଆରେ ୯୬ ହଜାର ୫୦୦ ଟଙ୍କା ଓ ନଗଦ ଆକାରରେ ୪ ଲକ୍ଷ ଟଙ୍କା ଦେଇଥିଲେ। ଏହାପରେ ବି ମନୋରଞ୍ଜନ ବାରମ୍ବାର ଧମକ ଦେଇ ଟଙ୍କା ମାଗିଥିଲେ। ହେଲେ ମହିଳା ଜଣକ ଟଙ୍କା ଦେବାକୁ ମନା କରିଦେବାରୁ କିଛିଦିନ ତଳେ ମନୋରଞ୍ଜନ ଫଟୋ ଓ ଭିଡିଓକୁ ପୀଡିତାଙ୍କ ପରିବାର ଲୋକଙ୍କୁ ଶେୟାର କରିବା ସହ ନାନା ଧମକ ଦେଇଥିଲେ। ଏନେଇ ପୀଡିତାଙ୍କ ଏତଲାକ୍ରମେ ମହିଳା ଥାନା ପୋଲିସ ଡିସେମ୍ବର ୧୩ରେ ଏକ ମାମଲା (ନଂ.୨୦୬/୨୦୨୪) ରୁଜୁ କରିଥିଲା। ତେବେ ଏହି ମାମଲାରେ ମନୋରଞ୍ଜନଙ୍କର ଜଣେ ବନ୍ଧୁଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବାରୁ ତାଙ୍କୁ ଧରିବାକୁ ପୋଲିସ ପ୍ରୟାସ କରୁଛି। ମନୋରଞ୍ଜନଙ୍କ ନାଁରେ ବାଲିଅନ୍ତା ଥାନାରେ ଏକ ଆପରାଧିକ ମାମଲା ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri