ଭାଟି ମ୍ୟାନେଜରଙ୍କୁ ମହିଳାଙ୍କ କଡ଼ା ଚେତାବନୀ

ବଡ଼ଗାଁ,୬ା୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜୁଛି। ଗତ ୨ ସପ୍ତାହ ମଧ୍ୟରେ ଫୁଲବାରି ପଞ୍ଚାୟତର ଛାମୁଣ୍ଡା ଓ ଇତମା ପଞ୍ଚାୟତର ନକଟୀ ଗ୍ରାମର ମହିଳାମାନେ ଗାଁରେ ମଦ ବିକ୍ରି ବନ୍ଦ କରିବା ପାଇଁ ଅଣ୍ଟା ଭିଡିଛନ୍ତି। ସେମାନେ ମଦ ବିକ୍ରି ବନ୍ଦ କରିବାକୁ ବଡ଼ଗାଁ ଥାନାରେ ଲିଖିତ ଜଣାଇଥିଲା ବେଳେ ଶୁକ୍ରବାର ଫୁଲବାରି ପଞ୍ଚାୟତ କୁରେଇବଗା ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାମାନେ ବଡ଼ଗାଁ ଅବକାରୀ ଅଧିକାରୀ ଓ ଥାନା ଅଧିକାରୀକୁ ଲିଖିତ ଜଣାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିବେଦନ କରିଛନ୍ତି।

ସୂଚନା ଅନୁଯାୟୀ, ଗୁରୁବାର ମହିଳା ଓ ଗ୍ରାମବାସୀମାନେ ବୈଠକ କରିଥିଲେ। ଏହାପରେ ଗାଁରେ ମଦ ବିକ୍ରି କରୁଥିବା ୬ ଜଣଙ୍କ ଘରକୁ ଯାଇ ମଦ ବିକ୍ରି ବନ୍ଦ କରିବାକୁ କହିଥିଲେ ଓ ଅବକାରୀ କର୍ମଚାରୀଙ୍କ ଉପସ୍ଥିତିରେ ବିକ୍ରି ପାଇଁ ରଖିଥିବା ମଦ ରାସ୍ତାରେ ଢାଳି ଦେଇଥିଲେ। ୬ ଜଣ ମଦ ବିକ୍ରେତା ବିକ୍ରି ବନ୍ଦ କରିବେ କହିଥିବା ବେଳେ ଜଣେ ମହିଳା ବିକ୍ରେତା ମଦ ବିକ୍ରି ବନ୍ଦ କରିବେ ନାହିଁ ବୋଲି କହିଥିଲେ।

ଶୁକ୍ରବାର ମହିଳାମାନେ ବଡ଼ଗାଁ ଥାନା ଆଇଆଇସି ଓ ବଡ଼ଗାଁ ଅବକାରୀ ଅଧିକାରୀଙ୍କୁ ଲିଖିତ ଜଣାଇ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହାପରେ ବଡ଼ଗାଁ ଦେଶୀ ମଦ ଭାଟିକୁ ଯାଇ ମହିଳାମାନେ ଭାଟି ମ୍ୟାନେଜରଙ୍କୁ ଆମ ଗାଁକୁ ମଦ ଦେବା ବନ୍ଦ କର ନଚେତ ପରିଣାମ ଯାହା ହେବ ସେଥିପାଇଁ ଆମେ ଦାୟୀ ହେବୁ ନାହିଁ କହିଥିଲେ। ତେବେ ୫୫୦ ଜନସଂଖ୍ୟା ବିଶିଷ୍ଟ ଏହି ଗ୍ରାମର ୬ଜଣ ବ୍ୟକ୍ତି ଘରେ ଦେଶୀ ଓ ବିଦେଶୀ ମଦ ବିକ୍ରି କରିଆସୁଛନ୍ତି। ଫଳରେ ଗାଁ ଅଶାନ୍ତ ହେଉଥିବା ବେଳେ ଯାନିଯାତ୍ରାରେ ବିଶୃଙ୍ଖଳା ଦେଖା ଦେଉଥିବା, ପାରିବାରିକ ଗଣ୍ଡଗୋଳ, ଛୋଟ ପିଲାମାନେ ମଦ କବଳରେ ପଡ଼ି ବିପଥଗାମୀ ହେବା, ଲୋକେ ରୋଗଗ୍ରସ୍ତ ହେଉଥିବା ନେଇ ସ୍ଥାନୀୟ ସରପଞ୍ଚ ଯୋଗେନ୍ଦ୍ର କିସାନ, ଗ୍ରାମର ବରିଷ୍ଠ ନାଗରିକ ତରଣିସେନ ପୃଷେଟ, ଏସଏଚଜିର ସଞ୍ଜୁଲତ ସା, ଉକିଆ କାଲୋ, ମମତା ପୃଷେଟ, ପଦ୍ମିନୀ ସା, କୌଶଲ୍ୟା ନାଏକ, ଜୟମିନି ପୃଷେଟ, ଜୟଶ୍ରୀ ମାଝୀ, ଖତ ମାଝୀ, ସନ୍ଧ୍ୟାରଣି ପୃଷେଟ, ବାସନ୍ତି ପୃଷେଟ ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?