ଜିଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ: ପେଟ୍ରୋଲ ଢାଳିଲା ବେଳେ…

ବାଙ୍କୀ,୧।୧୨(ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ବାଙ୍କୀରେ ସୋମବାର ଜନ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଟକ ଜିଲାପାଳଙ୍କ ଉପସ୍ଥିତିରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି। ମହିଳା ଜଣକ ଦେହରେ ପେଟ୍ରୋଲ ଢାଳିବା ବେଳେ ପୋଲିସ ତାଙ୍କୁ ଉଦ୍ଧାର କରିଥିବା ସୂଚନା ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ବାଙ୍କୀ ବୈଦେଶ୍ୱର ପଞ୍ଚାୟତ ରଙ୍ଗଣୀ ସାହିର ମୃତ ବନମାଳୀ ଖଟୁଆଙ୍କ ସ୍ତ୍ରୀ ସସ୍ମିତା ମାଝୀ। ସସ୍ମିତା ସ୍ବାମୀଙ୍କ ମୃତ୍ୟୁ ପରେ ପରିବାର ମଙ୍ଗଳ ଯୋଜନାରେ ସରକାରୀ ଅର୍ଥ ୨୦ ହଜାର ଟଙ୍କା ପ୍ରାପ୍ୟ ପାଇବା ପାଇଁ ବିଭାଗୀୟ ଅଧିକାରୀ, ତହସିଲଦାର, ସ୍ଥାନୀୟ ଆରଆଇ, ବିଡ଼ିଓ ଏବଂ ଉପଜିଲାପାଳଙ୍କୁ ଜଣାଇଥିଲେ । ଏପରିକି ଜିଲାପାଳଙ୍କୁ ଦୁଇ ଥର ଅଭିଯୋଗ କରିଥିଲେ।

ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଫଳରେ ସୋମବାର ଜିଲାପାଳଙ୍କ ଜନଶୁଣାଣୀ ଶିବିରରେ ଯଦି ସମସ୍ୟାର ସମାଧାନ ନ ହୁଏ ତେବେ ସେ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା କରିବେ ବୋଲି ନିଷ୍ପତ୍ତି ନେଇଥିଲେ। ସସ୍ମିତା ଦେହରେ ପେଟ୍ରୋଲ ଢାଳିବା ବେଳେ ପୋଲିସ ତାଙ୍କୁ କାବୁ କରି ନେଇଥିଲା।

ଅନ୍ୟପକ୍ଷେ ଜିଲାପାଳ ଅଭିଯୋଗକୁ ଗ୍ରହଣ କରି ଘଟଣାର ତଦନ୍ତ କରିବାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି। ଏପରିକି ଜିଲାପାଳଙ୍କ ନିର୍ଭର ପ୍ରତିଶ୍ରୁତି ପାଇବା ପରେ ସସ୍ମିତା ଘରକୁ ଫେରିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?