Posted inଭଦ୍ରକ

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ବାସୁଦେବପୁର,୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ତପସ୍ବିନୀ ସାହୁ ନାମ୍ନୀ ମହିଳାଙ୍କର ଗତ ବୁଧବାର ରାତିରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସ୍ବାମୀ ସଞ୍ଜୀବ ରାଉତ ତପସ୍ବିନୀଙ୍କ ମୃତଦେହକୁ ଡାକ୍ତରଖାନାରେ ଛାଡ଼ି ଫେରାର ହୋଇଯାଇଥିଲେ। ୩ ଦିନ ପରେ ଶନିବାର ସେ ବାସୁଦେବପୁର ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତପସ୍ବିନୀଙ୍କ ମୃତ୍ୟୁର ରହସ୍ୟ ପଦାକୁ ଆସିବ ବୋଲି ଆଇଆଇସି ଅମିତ୍‌ କୁମାର ଭୁୟଁା କହିଛନ୍ତି। ଅଧିକ ଯୌତୁକ ପାଇଁ ଓ ଭିଣୋଇ ସଞ୍ଜୀବଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହ ପ୍ରେମସମ୍ପର୍କ ଥିବାରୁ ତାଙ୍କ ଭଉଣୀଙ୍କୁ ହତ୍ୟା କରାଯାଇଥିବା ମୃତ ତପସ୍ବିନୀଙ୍କ ଭାଇ ବିଶ୍ୱନାଥ ସାହୁ ବାସୁଦେବପୁର ଥାନାରେ ଅଭିଯୋଗ କରିଥିଲେ। ଏନେଇ ଥାନାରେ ବଧୂହତ୍ୟା ମାମଲା (ନଂ.୧୬୬/୨୨) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri