Posted inଭଦ୍ରକ

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ବାସୁଦେବପୁର,୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କିସ୍ମତକୃଷ୍ଣପୁର ଗ୍ରାମର ତପସ୍ବିନୀ ସାହୁ ନାମ୍ନୀ ମହିଳାଙ୍କର ଗତ ବୁଧବାର ରାତିରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସ୍ବାମୀ ସଞ୍ଜୀବ ରାଉତ ତପସ୍ବିନୀଙ୍କ ମୃତଦେହକୁ ଡାକ୍ତରଖାନାରେ ଛାଡ଼ି ଫେରାର ହୋଇଯାଇଥିଲେ। ୩ ଦିନ ପରେ ଶନିବାର ସେ ବାସୁଦେବପୁର ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତପସ୍ବିନୀଙ୍କ ମୃତ୍ୟୁର ରହସ୍ୟ ପଦାକୁ ଆସିବ ବୋଲି ଆଇଆଇସି ଅମିତ୍‌ କୁମାର ଭୁୟଁା କହିଛନ୍ତି। ଅଧିକ ଯୌତୁକ ପାଇଁ ଓ ଭିଣୋଇ ସଞ୍ଜୀବଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହ ପ୍ରେମସମ୍ପର୍କ ଥିବାରୁ ତାଙ୍କ ଭଉଣୀଙ୍କୁ ହତ୍ୟା କରାଯାଇଥିବା ମୃତ ତପସ୍ବିନୀଙ୍କ ଭାଇ ବିଶ୍ୱନାଥ ସାହୁ ବାସୁଦେବପୁର ଥାନାରେ ଅଭିଯୋଗ କରିଥିଲେ। ଏନେଇ ଥାନାରେ ବଧୂହତ୍ୟା ମାମଲା (ନଂ.୧୬୬/୨୨) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?