Posted inଜାତୀୟ

ପୋକ୍ସୋ, ଏସ୍‌ସି/ଏସ୍‌ଟି ଆଇନର ଦୁରୁପଯୋଗ କରୁଛନ୍ତି ମହିଳା

ଲକ୍ଷ୍ନୌ,୧୩।୮: ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍ସୋ) ଆଇନ ଏବଂ ଅନୁସୂଚିତ ଜାତି, ଜନଜାତି (ଅତ୍ୟାଚାର ନିରାକରଣ) ଆଇନ (ଏସ୍‌ସି/ଏସ୍‌ଟି ଆଇନ)ରେ ଥିବା ଆଇନଗତ ବ୍ୟବସ୍ଥାର ଦୁରୁପଯୋଗ କରାଯିବା ସହ ମିଥ୍ୟା ଅଭିଯୋଗ କରାଯାଉଥିବା ନେଇ ଆଲ୍ଲାହାବାଦ ହାଇକୋର୍ଟ ଗଭୀର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆର୍ଥତ୍କ ଫାଇଦା ଉଠାଇବା ପାଇଁ ମହିଳାମାନେ ଏହାକୁ ଅସ୍ତ୍ର ଭାବେ ବ୍ୟବହାର କରିବା ଦୁର୍ଭାଗ୍ୟଜନକ। ଆଜିକାଲି ଉକ୍ତ ଆଇନରେ ଅନେକ ନିରୀହ ଲୋକଙ୍କ ବିରୋଧରେ ମିଥ୍ୟା ଏତଲା ଦାଏର ହେଉଥିବାର ବହୁ ଦୃଷ୍ଟାନ୍ତ ରହିଥିବା ବିଚାରପତି ଶେଖର କୁମାର ଯାଦବ କହିଛନ୍ତି। ଏହା ବନ୍ଦ ହେବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ଆଇପିସିର ଧାରା ୩୭୬, ୩୧୩, ୫୦୪, ୫୦୬ ଏବଂ ପୋକ୍ସୋ ଆଇନର ଧାରା ୩/୪ରେ ଅଭିଯୁକ୍ତ ଅଜୟ ଯାଦବ ଅନ୍ତରୀଣ ଜାମିନ ପାଇଁ ଆବେଦନ କରିଥିଲେ। ୨୦୧୧ରେ ଆଜମଗଡ଼ରେ ଏହି ବଳାତ୍କାର ଓ ଶିଶୁ ଯୌନ ଅପରାଧ ଘଟଣା ଘଟିଥିଲା। ଏଭଳି ଗମ୍ଭୀର ମାମଲାରେ ରାଜ୍ୟ ଓ କେନ୍ଦ୍ର ସରକାର ସମ୍ବେଦନଶୀଳ ହେବାର ସମୟ ଆସିଥିବା ସେ ଭାବୁଛନ୍ତି ବୋଲି ଜଷ୍ଟିସ ଯାଦବ କହିଛନ୍ତି। ପୀଡ଼ିତା କରିଥିବା ଅଭିଯୋଗ ମିଥ୍ୟା ବୋଲି ଯଦି ତଦନ୍ତରୁ ଜଣାପଡ଼େ, ତେବେ ତାଙ୍କ ବିରୋଧରେ ସିଆର୍‌ପିସିର ଆନୁଷଙ୍ଗିକ ବ୍ୟବସ୍ଥାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ପୀଡ଼ିତାଙ୍କୁ ଦିଆଯାଇଥିବା ଆର୍ଥତ୍କ ସହାୟତାକୁ ତାଙ୍କଠାରୁ ଫେରାଇ ନିଆଯିବା ଆବଶ୍ୟକ ବୋଲି ବିଚାରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?