Posted inଜାତୀୟ

ଦେଶରେ ପ୍ରଥମଥର: ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପାଇଁ ଆବେଦନ କଲେ ୧.୭୭ ଲକ୍ଷ ମହିଳା

ନୂଆଦିଲ୍ଲୀ,୧୪ ।୧୨: ଦେଶର ସଶସ୍ତ୍ର ସେନାରେ ସୈନ୍ୟ ଅଫିସର ର‌୍ୟାଙ୍କର ମନୋନୟନ ପାଇଁ ହେଉଥିବା ଏନ୍‌ଡିଏ ପରୀକ୍ଷା ପାଇଁ ୧.୭୭ ମହିଳା ପ୍ରାର୍ଥୀ ଆବେଦନ କରିଛନ୍ତି । ଦେଶରେ ପ୍ରଥମଥର ଲାଗି ନ୍ୟାଶନାଲ ଡିଫେନ୍ସ ଏକାଡେମୀ ଅର୍ଥାତ୍ ଏନ୍‌ଡିଏ ପାଇଁ ମହିଳାମାନେ ଆବେଦନ କରିଛନ୍ତି । ପ୍ରତିରକ୍ଷା ରାଜ୍ୟମନ୍ତ୍ରୀ ଅଜୟ ଭଟ୍ଟ ସୋମବାର ସଂସଦରେ ଏହି ସୂଚନା ଦେଇଛନ୍ତି । ଭଟ୍ଟଙ୍କ ସୂଚନା ଅନୁଯାୟୀ, ଏନ୍‌ଡିଏ, ୨୦୨୧ ପାଇଁ ମୋଟ ୫,୭୫,୮୫୬ ଆବେଦନ ମିଳିଛି । ଏଥିରେ ମହିଳାଙ୍କ ସଂଖ୍ୟା ରହିଛି ୧,୭୭,୬୫୪ ।
ଏଥିରେ କୃତକାର୍ଯ୍ୟ ହେବା ପରେ ମହିଳାମାନେ ସ୍ଥଳସେନା, ବାୟୁସେନା, ନୌସେନାରେ ଯାଇପାରିବେ । ଏଥିପାଇଁ ଏନ୍‌ଡିଏ ଏକାଡେମୀର ୩ ବର୍ଷର କଠିନ ପ୍ରଶିକ୍ଷଣ ନେବାକୁ ପଡିବ । ଏହାପରେ ଗୋଟିଏ ବର୍ଷ ପାଇଁ ସେମାନଙ୍କର କାଟାଗୋରୀ ଅନୁଯାୟୀ ପୁଣିଥରେ ସ୍ଥଳସେନା, ନୌସେନା ବା ବାୟୁସେନା ଏକାଡେମୀରେ ଟ୍ରେନିଂ ନେବାକୁ ପଡିବ । ଏହାପରେ ଯାଇ ସେମାନେ ସଶସ୍ତ୍ର ସେନାରେ ସାମିଲ ହୋଇ ପାରିବେ । ସୂଚନାଯୋଗ୍ୟ, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମହିଳାମାନେ ପ୍ରଥମଥର ଲାଗି ଏନ୍‌ଡିଏ ପାଇଁ ଆବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri