ପାନୀୟ ଜଳ ଯୋଗାଣ ଦାବିରେ ତାତିଲେ ମହିଳା

କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ବଡ଼ପଡ଼ାଠାରେ ବୁଧବାର ଶତାଧିକ ମହିଳା ଦୀର୍ଘ ୩ ଘଣ୍ଟା ଧରି ପାନୀୟ ଜଳ ଯୋଗାଣ ଦାବିରେ ଜାତୀୟ ରାଜପଥ ୨୬କୁ ଅବରୋଧ କରି ରଖିଥିଲେ। ପରେ ପ୍ରଶାସନିକ ଅଧିକାରୀ ଆସି ୨୪ ଘଣ୍ଟା ମଧ୍ୟରେ ଜଳ ଯୋଗାଣ ସ୍ବାଭାବିକ ହେବା ନେଇ ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିଛି।

କୋକସରା ଗ୍ରାମରେ ଦୀର୍ଘ ୭ ଦିନ ହେବ ଗ୍ରାମ୍ୟ ଜଳ ଯୋଗାଣ ବନ୍ଦ ରହିଛି। ଫଳରେ ପାନୀୟ ଜଳ ଯୋଗାଣ ଉପରେ ନିର୍ଭର କରୁଥିବା ସାଧାରଣ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ବ୍ଲକ ପ୍ରଶାସନ ସହ ପଞ୍ଚାୟତ ସରପଞ୍ଚଙ୍କୁ ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ନ ନେବାରୁ ବୁଧବାର ସକାଳୁ ସ୍ଥାନୀୟ ବଡ଼ପଡ଼ାର ଶତାଧିକ ମହିଳା ରାସ୍ତାରେ ଗରା, ମାଠିଆ, ବାଲ୍‌ଟି ରଖି ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ ଓ କୋକସରା ପୋଲିସ ଅଧିକାରୀ ପହଞ୍ଚି ବୁଝାମଣା କରିଥଲେ ମଧ୍ୟ ନିଜ ଜିଦ୍‌ରେ ଅଟଳ ରହିଥିଲେ ମହିଳା। ପରେ କୋକସରା ବିଡିଓ ଉତ୍ତମ କୁମାର ବାଗ ପହଞ୍ଚି ଆନ୍ଦୋଳନରେ ଥିବା ମହିଳାଙ୍କ ସହ ଆଲୋଚନା କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାନୀୟ ଜଳ ଯୋଗାଣ ସ୍ବାଭାବିକ ହେବାନେଇ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ଦୀର୍ଘ ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ ଫଳରେ ଭବାନୀପାଟଣା ଜୟପୁର ମଧ୍ୟରେ ଯାତାୟାତ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri