ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ ପ୍ରତିନିଧି ମଧୁସୂଦନ ମହାନ୍ତଙ୍କ ନେତୃତ୍ୱରେ ବେଆଇନ ଅପମିଶ୍ରିତ ମହୁଲି ମଦ ବିକ୍ରି ବନ୍ଦ ଦାବିରେ ଗୁରୁବାର ପାଟଣା ବ୍ଲକ ବାଦୁଡିଘେରାସ୍ଥିତ ଅବକାରୀ ଥାନା ଘେରାଉ କରିବା ସହ ମଦ ବନ୍ଦ ପାଇଁ ଅବକାରୀ ଅଧିକାରୀ ପଦ୍ମାବତୀ ମୁର୍ମୁଙ୍କୁ ଦାବିପତ୍ର ଦେଇଛନ୍ତି।

ଅଭିଯୋଗ ଅନୁଯାୟୀ ବଡ଼ ପାଟଣା, ଟାଙ୍ଗରପଡ଼ା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବେଆଇନ ଦେଶୀ ମହୁଲି ମଦ ବିକ୍ରି ହେଉଥିବାରୁ ଏହି ମଦ ପାନ କରି ଲୋକଙ୍କ ଆର୍ଥିକ ସାମାଜିକ ଅବସ୍ଥା ସଙ୍କଟାପନ୍ନ ହେଉଛି। ଖୁବଶୀଘ୍ର ଉକ୍ତ ଗ୍ରାମଗୁଡ଼ିକରେ ବେଆଇନ ମହୁଲି ମଦ ବିକ୍ରି ଉପରେ ପ୍ରଶାସନ ପକ୍ଷରୁ ବନ୍ଦ ନ କଲେ ଆଗାମୀ ଦିନରେ ମଦ ବନ୍ଦ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ମହିଳାମାନେ ଅବକାରୀ ଅଧିକାରୀଙ୍କୁ ଚେତାବନୀ ଦେଇଛନ୍ତି। ୭ଦିନ ମଧ୍ୟରେ ସମସ୍ତ ବେଆଇନ ମଦ ବ୍ୟବସାୟ ବନ୍ଦ କରିବାକୁ ଅବକାରୀ ଅଧିକାରୀ ପ୍ରତିଶ୍ରୁତି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?