କରୋନା ମହାମାରୀରେ ମହିଳା ଅଧିକ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟାରେ ପୁରୁଷ ଆଗରେ…

ଜେନେଭା,୨୬।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣକୁ ୨ ବର୍ଷ ପୂରଣ ହେବାକୁ ଯାଉଛି। ୨୦୧୯ ନଭେମ୍ବରରେ ଏହାର ପ୍ରଥମ ମାମଲା ଚାଇନାରେ ଚିହ୍ନଟ ହୋଇଥିବା ଘୋଷଣା କରାଯାଇଥିଲା। ଇତିମଧ୍ୟରେ ପୃଥିବୀର ୨୪ କୋଟି ୪୭ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୪୯ ଲକ୍ଷ ୬୬ ହଜାରରୁ ଅଧିକରେ ପହଞ୍ଚିଛି। ମହାମାରୀ ସଂକ୍ରମଣକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏକ ରିପୋର୍ଟ ଜାରି କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ମହାମାରୀରେ ମହିଳାମାନେ ଅଧିକ ଆକ୍ରାନ୍ତ ହୋଇଛନ୍ତି। ତେବେ ମୃତ୍ୟୁ ସଂଖ୍ୟାରେ ପୁରୁଷଙ୍କ ସଂଖ୍ୟା ଅଧିକ ରହିଛି।

ଆକ୍ରାନ୍ତଙ୍କ ମଧ୍ୟରେ ୫୧.୩ ପ୍ରତିଶତ ମହିଳା ଅଛନ୍ତି। ଅପରପକ୍ଷରେ ପୁରୁଷଙ୍କ ଆକ୍ରାନ୍ତ ସଂଖ୍ୟା ୪୮.୭ ପ୍ରତିଶତ ରହିଛି। ଉଭୟ ମହିଳା ଏବଂ ପୁରୁଷଙ୍କ ମଧ୍ୟରେ ୩୦ରୁ ୩୯ ବର୍ଷ ବୟସ୍କ ଅଧିକ ପ୍ରଭାବିତ ହୋଇଛନ୍ତି। ୪ କୋଟିରୁ ଅଧିକ ଏହି ବର୍ଗର ଲୋକେ ମହାମାରୀରେ ଆକ୍ରାନ୍ତ ହୋଇଛନ୍ତି। ୪୦ରୁ ୪୯ ବର୍ଷ ବୟସ୍କଙ୍କ ମଧ୍ୟରେ ଦେଢ଼ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଦ୍ୱିତୀୟ ଲହରରେ ୨୦ରୁ ୨୯ ଏବଂ ୫୦ରୁ ୫୯ ବର୍ଷ ବୟସ୍କ ଅଧିକ ପ୍ରଭାବିତ ହୋଇଛନ୍ତି। ଶୂନରୁ ୧୪ ବର୍ଷ ବୟସ୍କଙ୍କ ମଧ୍ୟରେ ମହାମାରୀ ସଂକ୍ରମଣ ସର୍ବନିମ୍ନ ରହିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

୨୦୨୦ରୁ ୨୦୨୧ ମଧ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୫୭.୬ ପ୍ରତିଶତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଅପର ପକ୍ଷରେ ୪୨.୪ ପ୍ରତିଶତ ମହିଳାଙ୍କ ମୃତ୍ୟୁ ଘଟିଛି। ବୟସ ହିସାବରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କ ମୃତ୍ୟୁ ଅଧିକ ହୋଇଛି। ଏହା ପଛକୁ ୭୫ରୁ ୭୯ ଏବଂ ୭୦ରୁ ୭୪ ବୟସ୍କଙ୍କ ମୃତ୍ୟୁ ସଂଖ୍ୟା ରହିଛି। ୫୦ରୁ ୫୯ ବୟସ୍କ ଅଧିକ ପୁରୁଷ କରୋନାରେ ଆକ୍ରାନ୍ତ ହୋଇ ମରିଛନ୍ତି।

ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୬୩ ଲକ୍ଷରୁ ଅଧିକ ଥିବାବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାରରୁ ଅଧିକ ରହିଛି। ସେହିପରି ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷରୁ ଅଧିକ ଥିବାବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୪ ହଜାରରୁ ଅଧିକ ଅଛି। ଏହାପଛକୁ ବ୍ରାଜିଲ୍‌, ବ୍ରିଟେନ୍‌, ରୁଷିଆ, ତୁର୍କୀ, ଫ୍ରାନ୍ସ, ଇରାନ୍‌, ଆର୍ଜେଣ୍ଟିନା, ସ୍ପେନ୍‌ ଆଦି ଦେଶ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri