ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ

ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି କି ସରକାରୀ କର୍ମଚାରୀମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତ ପ୍ରସ୍ତୁତି ବୈଠକରେ ଉଦ୍‌ବୋଧନ ଦେଇ ନବୀନ କହିଛନ୍ତି, ମିଛ କାହାଣୀ କହି ଭାଜପା ନିର୍ବାଚନରେ ଜିତିଛି। ମିଛ କହି ନିର୍ବାଚନ ଜିତା ଯାଇପାରେ, କିନ୍ତୁ ଲୋକଙ୍କ ହୃଦୟ ନୁହେଁ। ତେବେ ଜନ ସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ପ୍ରତିବର୍ଷ ପରି ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ। ଅକ୍ଟୋବର ୬ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ। ପୂଜା ପରେ ଅକ୍ଟୋବର ୨୧ରୁ ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ରୁ ଡିସେମ୍ବର ୯ ତାରିଖ ୨ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରି ରହିବ ବୋଲି ସେ ଘୋଷଣା କରିଛନ୍ତି। ସୋସିଆଲ ମିଡିଆକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ କାର୍ଯ୍ୟ କରିବା ପାଇଁ ନବୀନ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବିଜେଡି ସମନ୍ବୟ କମିଟିର ମୁଖ୍ୟ ଦେବୀ ପ୍ରସାଦ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ପ୍ରସନ୍ନ ଆଚାର୍ଯ୍ୟ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଗଣେଶ୍ୱର ବେହେରା, ଚନ୍ଦ୍ରଶେଖର ସାହୁ, ସୁଦାମ ମାର୍ଣ୍ଡି, ବିକ୍ରମ ଆରୁଖ, ଅଶୋକ ପଣ୍ଡା, ବଦ୍ରୀ ପାତ୍ର, ଦେବୀରଞ୍ଜନ ମିଶ୍ର, ଦୀପାଳି ଦାସ ଓ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜଭୁତ କରିବା ପାଇଁ ସୁଚିନ୍ତିତ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri