ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ

ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି କି ସରକାରୀ କର୍ମଚାରୀମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତ ପ୍ରସ୍ତୁତି ବୈଠକରେ ଉଦ୍‌ବୋଧନ ଦେଇ ନବୀନ କହିଛନ୍ତି, ମିଛ କାହାଣୀ କହି ଭାଜପା ନିର୍ବାଚନରେ ଜିତିଛି। ମିଛ କହି ନିର୍ବାଚନ ଜିତା ଯାଇପାରେ, କିନ୍ତୁ ଲୋକଙ୍କ ହୃଦୟ ନୁହେଁ। ତେବେ ଜନ ସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ପ୍ରତିବର୍ଷ ପରି ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ। ଅକ୍ଟୋବର ୬ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ। ପୂଜା ପରେ ଅକ୍ଟୋବର ୨୧ରୁ ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ରୁ ଡିସେମ୍ବର ୯ ତାରିଖ ୨ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରି ରହିବ ବୋଲି ସେ ଘୋଷଣା କରିଛନ୍ତି। ସୋସିଆଲ ମିଡିଆକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ କାର୍ଯ୍ୟ କରିବା ପାଇଁ ନବୀନ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବିଜେଡି ସମନ୍ବୟ କମିଟିର ମୁଖ୍ୟ ଦେବୀ ପ୍ରସାଦ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ପ୍ରସନ୍ନ ଆଚାର୍ଯ୍ୟ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଗଣେଶ୍ୱର ବେହେରା, ଚନ୍ଦ୍ରଶେଖର ସାହୁ, ସୁଦାମ ମାର୍ଣ୍ଡି, ବିକ୍ରମ ଆରୁଖ, ଅଶୋକ ପଣ୍ଡା, ବଦ୍ରୀ ପାତ୍ର, ଦେବୀରଞ୍ଜନ ମିଶ୍ର, ଦୀପାଳି ଦାସ ଓ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜଭୁତ କରିବା ପାଇଁ ସୁଚିନ୍ତିତ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri