ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…

କେନ୍ଦୁଝର, ୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟରେ ମହିଳା ହିଂସା ସୀମା ଟପିଛି ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। କେନ୍ଦୁଝର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟରେ ବିଜେଡି ୨୪ ବର୍ଷର କୁଶାସନ ପରେ ଭାଜପା ସରକାରରେ ମଧ୍ୟ ଏବେ ମହିଳା ଅସୁରକ୍ଷିତ। ରାଜ୍ୟ ସରକାରଙ୍କ ମା’କୁ ସମ୍ମାନ, ବେଟି ବଚାଓ, ବେଟି ପଢ଼ାଓ, ଶକ୍ତି, ସୁଭଦ୍ରା ଓ ମିଶନ ଶକ୍ତି ଭଳି କାର୍ଯ୍ୟକ୍ରମ ମହିଳା ବିରୋଧୀ ହୋଇଯାଇଛି। ପୂର୍ବତନ ବିଜେଡି ସରକାର ବାଟରେ ଭାଜପା ସରକାର ଯାଉଛନ୍ତି। ଭାଜପା ସରକାର ବିରୋଧରେ କଂଗ୍ରେସ ରାଜ୍ୟ ସାରା ଆନ୍ଦୋଳନ କରିବ ବୋଲି ନିଶିକାନ୍ତ କହିଛନ୍ତି।
ଆହୁରି କହିଛନ୍ତି, ବର୍ତ୍ତମାନ କେନ୍ଦ୍ର ଓ ରାଜ୍ୟରେ ୮ ମାସ ହେଲାଣି ଡବଲ ଇଞ୍ଜନ ସରକାର ଚାଲିଛିି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଜ଼ିଲା କେନ୍ଦୁଝର ହୋଇଥିଲେ ମଧ୍ୟ ଏଠି ବି ଛାତ୍ରୀ ଓ ମହିଳା ଅସୁରକ୍ଷିତ। ପୂର୍ବ ବିଜେଡି ସରକାର ସମୟରେ ଡିଏମ୍‌ଏଫ୍‌ ବାବଦରେ ଅନେକ କୋଟି ଟଙ୍କା ଲୁଟ୍‌ କରାଯାଇଛି। ଏବେ ଭାଜପା ସରକାର ସମୟରେ ସମାନ ପରିସ୍ଥିତି। ବିଜେଡି ଯେଉଁ ବାଟରେ ଯାଉଥିଲା, ଭାଜପା ସେହି ବାଟରେ ଯାଉଛି। ଏଣୁ କଂଗ୍ରେସ ଏକ ମାତ୍ର ବିକଳ୍ପ ବୋଲି ପିସିସି ମୁଖପାତ୍ର କହିଛନ୍ତି। ନାରୀ ନିର୍ଯାତନା, ବିଧାନସଭାରେ ଶାସକ ଦଳର ଅସାମ୍ବିଧାନିକ କାର୍ଯ୍ୟ ପ୍ରତିବାଦରେ ମାର୍ଚ୍ଚ ୨୭ରେ ଭୁବନେଶ୍ୱରଠାରେ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଓ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପିସିସି ପର୍ଯ୍ୟବେକ୍ଷକ ଓ ନେତୃବୃନ୍ଦ କହିଛନ୍ତି।
ସମ୍ମିଳନୀରେ ଜ଼ିଲା କଂଗ୍ରେସ ସଭାପତି ମୋହନ ଚରଣ ପରିଡ଼ା, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ପୂର୍ବତନ ବିଧାୟକ ଇଂ. ସୁବର୍ଣ୍ଣ ନାଏକ, ପୂର୍ବତନ ଏମ୍‌ପି ପ୍ରାର୍ଥୀ ଇଂ. ବିନୋଦ ବିହାରୀ ନାଏକ, ତେଲକୋଇ କଂଗ୍ରେସ ବିଧାୟକ ପ୍ରାର୍ଥୀ ନିର୍ମଳ ଚନ୍ଦ୍ର ନାଏକ, ଜ଼ିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର, ଜ଼ିଲା ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜ, ସଦର ବ୍ଲକ୍‌ ସଭାପତି ଉତ୍ତମ ସାହୁ, ଜ଼ିଲା କଂଗ୍ରେସ ମିଡ଼ିଆ ଅଧକ୍ଷ ଦିଲ୍ଲୀପ କୁମାର ସାହୁ, ସୁଢଳ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri