ରାଜ୍ୟରେ ମହିଳା ଅସୁରକ୍ଷିତ: ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା ବିଜୁ ଯୁବ ଛାତ୍ର

କେସିଙ୍ଗା,୫।୮(ତୁମେଶ୍ୱର ସାହୁ): ବିଜୁ ଯୁବ ଛାତ୍ର ଜନତା ଦଳ କଳାହାଣ୍ଡି ,କେସିଙ୍ଗା ଶାଖା ପକ୍ଷରୁ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଥାନାର ଆଇଆଇସିଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସହରସ୍ଥିତ ଆମ୍ବେଦକର ଛକ ଠାରୁ ସମସ୍ତ ବିଜୁ ଯୁବ ଛାତ୍ରଙ୍କ ଓ ବିଜୁ ଯୁବ ଛାତ୍ର ଜନତାଦଳର କର୍ମକର୍ତ୍ତା ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ରାଜ୍ୟରେ ଛାତ୍ରୀ ଓ ମହିଳା ଅସୁରକ୍ଷିତ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା , ରାଜ୍ୟ ସରକାରଙ୍କ ନିରବ ଦ୍ରଷ୍ଟା ଆଦି ବିଷୟରେ ବରିଷ୍ଠ ଯୁବ ବିଜେଡି ଉପସଭାପତି ମଣ୍ଟୁ ନାଏକ ଗର୍ଜିଥିଲେ। ପରିଶେଷରେ କେସିଙ୍ଗା ଆଇଆଇସି ପ୍ରାଦୁନ୍ମ ମହାପାତ୍ରଙ୍କୁ ୮ ଦଫାର ଏକ ସ୍ମାରକପତ୍ର ପତ୍ର ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୁବ ବରିଷ୍ଠ ଉପସଭାପତି ଅଭିନାଶ ଠାକୁର, ଜିଲା ଯୁବ ସଙ୍ଗଠକ ମଣ୍ଟୁ ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଆଦିତ୍ୟ ନନ୍ଦ ଭବାନୀପାଟଣା, କେସିଙ୍ଗା ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଉପାଧ୍ୟକ୍ଷା ସରସ୍ବତୀ ସାହା, ଯୁବ ସଂଗଠକ ଶିଲୁ ପରିଡା,କାଉନସିଲର, ଜିଲା ଛାତ୍ର ବିଜେଡ଼ି ସଭାପତି ଅର୍ଜୁନ ସାହୁ, କେସିଙ୍ଗା ଟାଉନ ଛାତ୍ର ସଭାପତି ସ୍ବାଗତ ମାଝୀ,କେ.ପ୍ରଣବ କୁମାର ଜିଲା ସାଧାରଣ ସମ୍ପାଦକ ବିଜୁ ଛାତ୍ର ଜନତାଦଳ ଅନିଲ କୁମାର ନାଏକ ପ୍ରମୁଖ ଏହି କାର୍ଯ୍ୟକ୍ରମ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri