ରାଜ୍ୟରେ ମହିଳା ଅସୁରକ୍ଷିତ: ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା ବିଜୁ ଯୁବ ଛାତ୍ର

କେସିଙ୍ଗା,୫।୮(ତୁମେଶ୍ୱର ସାହୁ): ବିଜୁ ଯୁବ ଛାତ୍ର ଜନତା ଦଳ କଳାହାଣ୍ଡି ,କେସିଙ୍ଗା ଶାଖା ପକ୍ଷରୁ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଥାନାର ଆଇଆଇସିଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସହରସ୍ଥିତ ଆମ୍ବେଦକର ଛକ ଠାରୁ ସମସ୍ତ ବିଜୁ ଯୁବ ଛାତ୍ରଙ୍କ ଓ ବିଜୁ ଯୁବ ଛାତ୍ର ଜନତାଦଳର କର୍ମକର୍ତ୍ତା ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ରାଜ୍ୟରେ ଛାତ୍ରୀ ଓ ମହିଳା ଅସୁରକ୍ଷିତ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା , ରାଜ୍ୟ ସରକାରଙ୍କ ନିରବ ଦ୍ରଷ୍ଟା ଆଦି ବିଷୟରେ ବରିଷ୍ଠ ଯୁବ ବିଜେଡି ଉପସଭାପତି ମଣ୍ଟୁ ନାଏକ ଗର୍ଜିଥିଲେ। ପରିଶେଷରେ କେସିଙ୍ଗା ଆଇଆଇସି ପ୍ରାଦୁନ୍ମ ମହାପାତ୍ରଙ୍କୁ ୮ ଦଫାର ଏକ ସ୍ମାରକପତ୍ର ପତ୍ର ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୁବ ବରିଷ୍ଠ ଉପସଭାପତି ଅଭିନାଶ ଠାକୁର, ଜିଲା ଯୁବ ସଙ୍ଗଠକ ମଣ୍ଟୁ ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଆଦିତ୍ୟ ନନ୍ଦ ଭବାନୀପାଟଣା, କେସିଙ୍ଗା ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଉପାଧ୍ୟକ୍ଷା ସରସ୍ବତୀ ସାହା, ଯୁବ ସଂଗଠକ ଶିଲୁ ପରିଡା,କାଉନସିଲର, ଜିଲା ଛାତ୍ର ବିଜେଡ଼ି ସଭାପତି ଅର୍ଜୁନ ସାହୁ, କେସିଙ୍ଗା ଟାଉନ ଛାତ୍ର ସଭାପତି ସ୍ବାଗତ ମାଝୀ,କେ.ପ୍ରଣବ କୁମାର ଜିଲା ସାଧାରଣ ସମ୍ପାଦକ ବିଜୁ ଛାତ୍ର ଜନତାଦଳ ଅନିଲ କୁମାର ନାଏକ ପ୍ରମୁଖ ଏହି କାର୍ଯ୍ୟକ୍ରମ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri