ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ମହିଳା ବିଜେଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ମହିଳା ବିଜେଡି ରଣହୁଙ୍କାର ଦେଇଛି। ଗ୍ୟାସ୍‌ ଦର ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ଆକାଶଛୁଆଁ ହେବା ବିରୋଧରେ ମହିଳା ବିଜେଡି କର୍ମୀ ରାସ୍ତାକୁ ଓହ୍ଲାଇଥିଲେ। କେନ୍ଦ୍ର ସରକାରଙ୍କ ବିରୋଧରେ ନାରା ଦେବା ସହ ଦରଦାମ ବୃଦ୍ଧିର ଜବାବ ମଧ୍ୟ ମାଗିଥିଲେ। ବିଧାୟିକା ତଥା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସହିତ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଉଷା ଦେବୀ, ବିଧାୟିକା ମଞ୍ଜୁଳା ସ୍ବାଇ ପ୍ରମୁଖଙ୍କ ନେତୃତ୍ୱରେ, ଭୁବନେଶ୍ୱର ଏକାମ୍ର, ମଧ୍ୟ, ଉତ୍ତର, କଟକ-ଚୌଦ୍ୱାର, ସାଲେପୁର, ସଦର ନିର୍ବାଚନମଣ୍ଡଳୀର ଶତାଧିକ ମହିଳା ଶୁକ୍ରବାର ରାଜଭବନ ସମ୍ମୁଖରେ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ଗତ ନଭେମ୍ବର ୧, ୨୨,୨୩ ଏବଂ ୨୪ ତାରିଖରେ ବିଜୁ ମହିଳା ଜନତା ଦଳ ସମଗ୍ର ଓଡ଼ିଶାର ବିଭିନ୍ନ ସମୁଦାୟ ପକ୍ଷରୁ ଅକୁଣ୍ଠ ସମର୍ଥନ ପ୍ରାପ୍ତ କରି କେନ୍ଦ୍ର ସରକାର ରନ୍ଧନ ଗ୍ୟାସ୍‌ ଏବଂ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସମାଗ୍ରୀଗୁଡିକର ଅହେତୁକ ଦରବୃଦ୍ଧି ବିରୋଧରେ ବିପୁଳ ଭାବେ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ଯଥାଶୀଘ୍ର ଦର ହ୍ରାସ କରିବା ନିମନ୍ତେ ଦେଇଥିବା ଚେତାବନୀ ସତ୍ତ୍ବେ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଥିବା କେନ୍ଦ୍ର ଅଧିକାରୀ ଜନସାଧାରଣଙ୍କ କୌଣସି ବିଶାଦ ସମ୍ବନ୍ଧରେ ଭ୍ରୂକ୍ଷେପ ନ କରିବା ଅତ୍ୟନ୍ତ ଦୁଃଖଦାୟକ ବୋଲି ନାରୀନେତ୍ରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri