ପାନୀୟ ଜଳ ପାଇଁ ତେଜିଲା ଆନ୍ଦୋଳନ: ରାସ୍ତାକୁ ଓହ୍ଲାଇଲେ ମହିଳା

ଲାଞ୍ଜିଗଡ଼,୧୬।୧(ଡି.ଏନ୍‌.ଏ.): ଜାନୁୟାରୀ ମାସ ନ ସରୁଣୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବନ୍ଧପାରି ଗାଁଠାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଏହାକୁ ନେଇ ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ନ ନେବାରୁ ବନ୍ଧପାରି ସହରର ବିଭିନ୍ନ ପଡ଼ାର ଶତାଧିକ ମହିଳା ଏକତ୍ରିତ ହୋଇ ସୋମବାର ସକାଳ ୬ଟାରୁ ବିଶ୍ୱନାଥପୁର-ମୂଷାନାଳ ଓ ବନ୍ଧପାରି-ଲାଞ୍ଜିଗଡ଼ ମୁଖ୍ୟ ରାସ୍ତା ଅବରୋଧକରି ଧାରଣା ଦେଇଛନ୍ତି। ହେଲେ ସରପଞ୍ଚ କିମ୍ବା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାପଡ଼ିଛି।

ଆନ୍ଦୋଳନ ଯୋଗୁ ରାସ୍ତାର ଦୁଇ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପକ୍ଷେ ବସୁଧା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ ହୋଇ ୪ ମାସ ହେଲାଣି। ହେଲେ ଗୋଟିଏ ଦିନ ପାଇପ୍‌ ଲାଇନରେ ପାଣି ଦିଆଯାଇଥିଲା। ହେଲେ ନିମ୍ନମାନର ପାଇପ୍‌ ଯୋଗୁ ବିଭିନ୍ନ ଜାଗାରେ ପାଇପ୍‌ ଫାଟିଯାଇଥିଲା। ଫଳରେ ପାନୀୟଜଳ ଯୋଗାଣକୁ ବନ୍ଦ କରିଦିଆଯାଇଛି। ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳକୁ ନ ଆସିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ମହିଳାମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri