ପାଣି ପାଇଁ ରାସ୍ତା ଅବରୋଧ କଲେ ମହିଳା

ବାଲିକୁଦା,୨୫।୧(ସ୍ବ .ପ୍ର.): ୮ ପଞ୍ଚାୟତକୁ ପାନୀୟ ଜଳ ଆସୁ ନ ଥିବା ଅଭିଯୋଗ କରି ବାଲିକୁଦା ବ୍ଲକ ଅପଣ୍ଡରା ପଞ୍ଚାୟତ ଅନ୍ତର୍ଗତ ଓଳାଂଶ ଗ୍ରାମର ମହିଳାମାନେ ତିହୁଡି ନହରଣା ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଏହି ବ୍ଲକ ଅନ୍ତର୍ଗତ ଓଷକଣା, ଖାଲଗାଁ, ଅପଣ୍ଡରା, ଅନନ୍ତପୁର, କୁସୁପୁର, ବରମୁଣ୍ଡଳୀ, ନହରଣା ଓ ମରିଚପୁର ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ନିମନ୍ତେ ରାଜ୍ୟ ସରକାର ବ୍ୟବସ୍ଥା କରିଥିଲେ। ଏନେଇ ଖାଲଗାଁ ପଞ୍ଚାୟତ ଅନ୍ତର୍ଗତ ଶୋଭା ଗ୍ରାମସ୍ଥିତ ପାନୀୟ ଜଳ ପ୍ରକଳ୍ପରୁ ପାଇପ ଯୋଗେ ଉପରୋକ୍ତ ପଞ୍ଚାୟତଗୁଡ଼ିକରେ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ୨୦ ଦିନ ତଳେ ଶୋଭାଠାରେ ଏକ ଫାଟିଯାଇଥିବା ପାଣି ପାଇପ ମରାମତି କରାଗଲାବେଳେ ବିଭାଗ ପକ୍ଷରୁ ପାଣି ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି। ଏନେଇ ବାରମ୍ବାର ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ପାଖରେ ଅଭିଯୋଗ କରାଯାଇଥିଲାବେଳେ ୨ ଦିନ ମଧ୍ୟରେ ପାଣି ଯୋଗାଇ ଦିଆଯିବ ବୋଲି କହି ଭଣ୍ଡେଇ ଆସୁଛନ୍ତି ବୋଲି ମହିଳାମାନେ ଅଭିଯୋଗ କରିଛନ୍ତି। ଏନେଇ ସରପଞ୍ଚ ଊର୍ମିଳା ସାହୁ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା।
ଏହି ସମସ୍ୟାର ସମାଧାନ ଦାବି କରି ଏହି ରାସ୍ତା ଅବରୋଧ କରାଯାଇଥିବା ମହିଳାମାନେ କହିଛନ୍ତି। ଏନେଇ ସେମାନେ ସକାଳୁ ବାଲିଟି ଓ ଗରା ଆଦି ରଖି ରାସ୍ତା ଅବରୋଧ କରିବା ଯୋଗୁ ଅନେକ ବସ୍‌ ରାସ୍ତାରେ ଅଟକି ରହିଥିଲା। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏପରିକି ବାଲିପାଟଣା ସାପ୍ତାହିକ ହାଟକୁ ଆସୁଥିବା ପରିବା ବୋଝେଇ ଗାଡି ମଧ୍ୟ ଅଟକି ରହିଥିଲା। ଖବରପାଇ ବାଲିକୁଦା ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୋକୋ କରିଥିବା ମହିଳାମାନଙ୍କ ସହ ଆଲୋଚନା କରିଥିଲେ। ଆସନ୍ତା ଗୁରୁବାର ସୁଦ୍ଧା ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ଏହାପରେ ରାସ୍ତାରୋକୋ ପ୍ରତ୍ୟାହାର ହୋଇଛନ୍ତି। ଦାବି ପୂରଣ ନ ହେଲେ ଶୁକ୍ରବାର ରାସ୍ତାରେ ଟାୟାର ଜାଳି ଅବରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଭରତ ଭୂଷଣ ଲେଙ୍କା କହିଛନ୍ତି, ଜଗତ୍‌ସିଂହପୁର ଜିଲାରେ ଦଶ ଇଞ୍ଚିଆ ପାଇପର ଅଭାବ ରହିଛି। ତେଣୁ କୌଣସି ଠିକାଦାର ଏହି କାର୍ଯ୍ୟ କରିବାକୁ ଅମଙ୍ଗ ହେଉଛନ୍ତି। ତୁରନ୍ତ ସମସ୍ୟାର ସମାଧାନ କରିବାକୁ ଉଦ୍ୟମ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri