ପାଣି ପାଇଁ ରାସ୍ତା ଅବରୋଧ କଲେ ମହିଳା

ଫୁଲବାଣୀ ଅଫିସ/ଟିକାବାଲି, ୭ା୧୧:କନ୍ଧମାଳ ଜିଲା ଟିକାବାଲି ମୁଖ୍ୟାଳୟରେ ପାନୀୟ ଜଳର ଘୋର ସମସ୍ୟା ା ଆଜି ଯାଏ ଲୋକଙ୍କୁ ଠିକ୍‌ ଭାବେ ପାନୀୟ ଜଳ ମିଳୁ ନାହିଁ ା ଏ ନେଇ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କଠାରୁ ବ୍ଲକ ପ୍ରଶାସନ ଯାଏ ଯେତେ ଅଭିଯୋଗ କରି ଆସୁଥିଲେ ହେଁ କିଛି ସୁଫଳ ମିଳୁନାହିଁ ା ଫଳରେ ରବିବାର ବଙ୍ଗଳାସାହି, ଖଦଳ ସାହିର ମହିଳାମାନେ ଉତ୍ତ୍ୟକ୍ତ ହୋଇ ରାସ୍ତା ଅବରୋଧ କରିଛନ୍ତି।
ଇଙ୍ଗଳାସାହି ଏବଂ ଖଦଳ ସାହିରେ ଆଜକୁ ୧୫ ଦିନ ହେବ ପାଇପ ଯୋଗେ ପାନୀୟ ଜଳ ମିଳୁନାହିଁ ା ସାହିରେ ଥିବା ନଳକୂପ ଦୀର୍ଘ ଦିନ ହେଲା ଅଚଳ ହେଇପଡିଛି। ଏହି ସମସ୍ୟା ବିଷୟରେ କିଛି ଦିନ ପୂର୍ବରୁ ସାହି ବାସୀନ୍ଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପାନୀୟ ଜଳ ଯୋଗାଣ ଏବଂ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ, ସ୍ଥାନୀୟ ସରପଞ୍ଚଙ୍କ ପାଖରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଗଲା ନାହିଁ ା ଫଳରେ ଲୋକେ ବାଧ୍ୟ ହୋଇ ରାସ୍ତା ଅବରୋଧ କରିଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ କୁମାର ପାଢି ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କ ସହ ଆଲୋଚନା କରିଥିଲେ। ଏଥିସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏବଂ ପାନୀୟ ଜଳ ବିଭାଗ ଯନ୍ତ୍ରୀଙ୍କୁ ଡାକି ଲୋକେ କିପରି ପାଣି ପାଇବେ ତାହାର ବନ୍ଦୋବସ୍ତ କରିଥିଲେ। ଏହାପରେ ଧାରଣା ହଟିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri