ଜନତା ମଇଦାନକୁ ଆସିଥିଲେ, ବସ୍‌ ଠେଲିଲେ

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିଛନ୍ତି। ସେ ଭୁବନେଶ୍ୱର ପହଞ୍ଚି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ମୋଦିଙ୍କ ଆଗମନରେ ଜନତା ମଇଦାନରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ବହୁ ମହିଳା ଏଥିରେ ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୋଦି ଓଡ଼ି ଆସି ଥିବାରୁ ଖୁସିବ୍ୟକ୍ତ କରିଛନ୍ତି। ସେ ଓଡ଼ିଶାବାସୀଙ୍କୁ ଆଗୁଆ ଦଶହରା ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଥିଲେ ଜନତାଙ୍କ ସେବା ସୁଯୋଗ ମିଳେ, ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଶୁଭାରମ୍ଭ ସୁଯୋଗ ମିଳିଥିବାରୁ ବେଶ ଖୁସି। ଓଡ଼ିଶାର ନୂଆ ସରକାର ଶପଥ ସମାରୋହକୁ ଆସିଥିଲି ଆଜି ସୁଭଦ୍ରା ଶୁଭାରମ୍ଭ ଅବସରରେ ଓଡ଼ିଶକୁ ଆସିଥିବା ସେ କହିଛନ୍ତି।

ତେବେ କାର୍ଯ୍ୟକ୍ରମ ସରିବା ପରେ ଏଠାକୁ ଯୋଗ ଦେବାକୁ ଆସିଥିବା ମହିଳାମାନେ ଫେରିଯିବା ପାଇଁ ପ୍ରସ୍ତୁତି କରୁଥିଲେ। କିନ୍ତୁ ଯେଉଁ ବସ୍‌ରେ ସେ ଆସିଥିଲେ କୌଣସି ଯାନ୍ତ୍ରିକ ତ୍ରୁଟି ଦ୍ୱାରା ତାହା ଷ୍ଟାର୍ଟ ହୋଇ ନ ଥିଲା। ତେଣୁ ବସ୍‌କୁ ଷ୍ଟାର୍ଟ କରିବା ଉଦ୍ଦେଶ୍ୟମରେ ମହିଳାମାନେ ଗାଡିକୁ ପଛରୁ ଧକ୍କା ଦେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ସୂଚନାଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସେ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri