ସଶକ୍ତୀକରଣ ନାଁରେ ମହିଳାଙ୍କୁ ଶୋଷଣ ଚାଲିଛି: ଭାଜପା

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଭାଜପା ପକ୍ଷରୁ ଗତ ୬ରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ସାମାଜିକ ନ୍ୟାୟ ସେବା ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ଭାଜପାର କାର୍ଯ୍ୟକର୍ତାମାନେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରୀବକଲ୍ୟାଣ ଯୋଜନା ତଥା ମହିଳାଙ୍କ ସାମାଜିକ, ଅର୍ଥନୈତିକ କ୍ଷେତ୍ରରେ ଅଗ୍ରଗତି ପାଇଁ ମୋଦୀ ସରକାରଙ୍କ ଦ୍ୱାରା କରାଯାଇଥିବା ଯୋଜନାକୁ ସଫଳତାର ସହ କାର୍ଯ୍ୟକାରୀ କରିଆସୁଛନ୍ତି ା ହେଲେ ୨୩ ବର୍ଷ ନିରଙ୍କୁଶ ଭାବେ ଶାସନ କରିଆସୁଥିବା ବିଜେଡି ମହିଳା ସଶକ୍ତିକରଣ ନଁାରେ ମହିଳା ଶୋଷଣ ନୀତି ଆପଣାଇଛି ବୋଲି ଭାଜପା ମୁଖପାତ୍ର ସୋନାଲି ସାହୁ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୋନାଲି କହିଛନ୍ତି, କେନ୍ଦ୍ର ସରକାର ମହିଳାଙ୍କ ପାଇଁ ସାରା ଭାରତରେ ୧୦ କୋଟି ୯୫ ଲକ୍ଷ ଶୌଚାଳୟ କରିଛନ୍ତି। ହେଲେ କେନ୍ଦ୍ରରୁ ଶୌଚାଳୟ ପାଇଁ ଆସିଥିବା ୭୦୦ କୋଟି ଟଙ୍କାର ଦୁର୍ନୀତି ହୋଇଛି। ରାଜ୍ୟରେ ୧୦୦ ପରିବାରରୁ ୬୫ ଜଣଙ୍କ ଘରେ ଶୌଚାଳୟ ନାହିଁ। ସେହିପରି ଭାରତ ବର୍ଷରେ ୧୦ କୋଟି ପରିବାର ଉଜ୍ଜ୍ୱଳା ଯୋଜନା ଲାଭ ପାଉଛନ୍ତି। କିନ୍ତୁ ଓଡିଶାରେ ରାଜ୍ୟ ସରକାରଙ୍କ ଦୃଢ ଇଚ୍ଛାଶକ୍ତି ଅଭାବରୁ କେନ୍ଦ୍ରୀୟ ଯୋଜନାର ସଫଳ ରୂପାୟନ ହୋଇପାରୁନାହିଁ। ଶିକ୍ଷା କ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟ ସ୍ତରରେ ୧୩ତମ ସ୍ଥାନରେ ରହିବା ଶିକ୍ଷାର ଅବ୍ୟବସ୍ଥାକୁ ଆଙ୍ଗୁଳି ନିର୍ଦ୍ଦେଶ କରୁଛି। ରାଜ୍ୟରେ ୩୭୦ଟି ପଞ୍ଚାୟତରେ ହାଇସ୍କୁଲ ନ ଥିବାବେଳେ ୪୦୦ ବାଳିକା ବିଦ୍ୟାଳୟରେ ଶୌଚାଳୟକୁ ପାଣିର ସଂଯୋଗୀକରଣ କରାଯାଇନାହିଁ। ରାଜ୍ୟରେ ମହିଳାଙ୍କ ସ୍ବାକ୍ଷରତା ହାର ୬୪.୦୧% ରହିଛି। ରାଜ୍ୟରେ ପ୍ରତ୍ୟେକ ଦିନ ୬ ଜଣ ମହିଳା ଧର୍ଷଣ ଶିକାର ହେଉଥିବା ବେଳେ ୪ ଜଣ ମହିଳା ଅପହରଣ ହେଉଛନ୍ତି। ରାଜ୍ୟ ସରକାର ଏସ୍‌ଏଚଜି ଗ୍ରୁପର ସଦସ୍ୟତା ଆଢ଼ୁଆଳରେ ମହିଳାଙ୍କୁ ବିଜେଡି କାର୍ଯ୍ୟକର୍ତା ଭାବେ ବ୍ୟବହାର କରି ରାଜନୈତିକ ପଷାପାଲିର ଗୋଟି ଭାବେ ପରିଚାଳନା କରିବା ନିନ୍ଦନୀୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri