Posted inଖେଳ

୬ ମାସ ପରେ ଫେରିଲା ମହିଳା କ୍ରିକେଟ୍‌

ଲଣ୍ଡନ, ୨୨।୯: କରୋନା ମହାମାରୀ ମଧ୍ୟରେ ୬ ମାସ ପରେ ଅନ୍ତର୍ଜାତୀୟସ୍ତରରେ ମହିଳା କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ୍‌ ଦଳ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡ ଦଳ ୪୭ ରନରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମହିଳା କ୍ରିକେଟ୍‌ ଦଳକୁ ପରାସ୍ତ କରିଛି।
କାଉଣ୍ଟି ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ଓପନର୍‌ ତାମି ବିଉମଣ୍ଟ (୬୨ ରନ)ଙ୍କ ଅର୍ଦ୍ଧଶତକ ବଳରେ ୨୦ ଓଭରରେ ୮ ଉଇକେଟ୍‌ ହରାଇ ୧୬୩ ରନ କରିଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ଡେଣ୍ଡ୍ରା ଡଟିନ (୬୯)ଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ୧୧୬/୬ ସ୍କୋରରେ ସୀମିତ ରହିଥିଲା। ଏହି ମ୍ୟାଚ୍‌ ଜିତି ଇଂଲଣ୍ଡ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ସିରିଜର ୨ୟ ମ୍ୟାଚ୍‌ ବୁଧବାର ଖେଳାଯିବ। ଏଠାରେ ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ଫେବୃୟାରୀରେ ମହିଳା ବିଶ୍ୱକପ୍‌ ଆୟୋଜନ କରାଯାଇଥିଲା। ମାର୍ଚ୍ଚ ୮ରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଭାରତକୁ ପରାସ୍ତ କରି ଅଷ୍ଟ୍ରେଲିଆ ବିଶ୍ୱ ଚାମ୍ପିୟନ ହୋଇଥିଲା। ଏହାପରଠାରୁ କରୋନା ଭାଇରସ୍‌ ଲାଗି ମହିଳା କ୍ରିକେଟ୍‌ ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri