ମହିଳା ସଶକ୍ତୀକରଣ କେବଳ ସ୍ଲୋଗାନ ନୁହେଁ: ଏହା ଏକ ବାସ୍ତବତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୩(ବ୍ୟୁରୋ): ଲୋକସେବା ଭବନସ୍ଥିତ କନ୍‌ଭେନଶନ ସେଣ୍ଟରରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶୁକ୍ରବାର ଏକ ସପ୍ତାହ ଧରି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏହା ଆଜି ଏକ ବାସ୍ତବତାରେ ପରିଣତ ହୋଇଛି ବୋଲି କହିଛନ୍ତି। ୭୦ଲକ୍ଷ ମା’ଙ୍କ ବିଶାଳ ସଂଗଠନ ଆଜି ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ହେବାକୁ ଯାଉଛି। ମା’ମାନେ କାହାଠାରୁ କମ୍‌ ନୁହନ୍ତି। ନିଜ ପ୍ରତିଭା ଓ ଦକ୍ଷତା ଦ୍ବାରା ସମାଜରେ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିବା ସହ ଉଦ୍ୟୋଗୀ ହେବାକୁ ଯାତ୍ରା ଆରମ୍ଭ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରହିଥିବା ବିଷୟ ‘ପରିବର୍ତ୍ତନ ଓ ପ୍ରଯୁକ୍ତି ବିଦ୍ୟା ଦ୍ବାରା ଲିଙ୍ଗଗତ ସମାନତା ଉପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଯୁକ୍ତିବିଦ୍ୟା ଆମକୁ ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ପାଇଁ ଏକ ଅନନ୍ୟ ସୁଯୋଗ ଦେଇଛି । ଇନୋଭେଶନ ଏବଂ ଟେକ୍ନୋଲୋଜି ପ୍ରୟୋଗରେ ଶିକ୍ଷା, ନିଯୁକ୍ତି, କର୍ମକ୍ଷେତ୍ର ଏବଂ ସମାଜର ବିଭିନ୍ନ କ୍ଷେତ୍ରରେ ବିଭେଦ ଦୂର କରାଯାଇ ମହିଳାମାନଙ୍କ ଅଧିକାର ସୁରକ୍ଷା କରାଯାଇପାରୁଛି। ମହିଳାଙ୍କ ବିରୋଧରେ ହେଉଥିବା ହିଂସାକୁ ମଧ୍ୟ ରୋକାଯାଇ ପାରୁଛି। ଏହାଦ୍ବାରା ସମାଜରେ ଲିଙ୍ଗଗତ ବୈଷମ୍ୟ ଦୂର ହୋଇ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ କରାଯାଇପାରିବ। ତେଣୁ ଇନୋଭେଶନ ଓ ଟେକ୍ନୋଲୋଜି ଅଧିକରୁ ଅଧିକ ପ୍ରୟୋଗ କରି ମହିଳାମାନଙ୍କୁ ସବୁ କ୍ଷେତ୍ରରେ ସମାନ ଅଧିକାର ପ୍ରଦାନ କରି ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।
ରାଜ୍ୟସ୍ତରୀୟ ଉତ୍ସବରେ ମହିଳା ଓ ଶିଶୁ ବିକାଶ ଓ ମିଶନ୍‌ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ମହିଳା ଓ ଶିଶୁବିକାଶ ବିଭାଗ ମହିଳାମାନଙ୍କ ସଶକ୍ତୀକରଣ ଓ ଅଧିକାରର ସୁରକ୍ଷା ପାଇଁ ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ କରୁଛି । ମହିଳାମାନେ ଆଜି ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ ହୋଇପାରିଛନ୍ତି ବୋଲି ସେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁବିକାଶ ବିଭାଗର ଯୁବ ମାସ୍କଟ ‘କୁନି’ର ଶୁଭାରମ୍ଭ କରିଥିଲେ। ଏହି ମାସ୍କଟ କିଶୋରୀକିଶୋରମାନଙ୍କୁ ଶିକ୍ଷା, ଅଧିକାର ଓ ଅନ୍ୟାନ୍ୟ କ୍ଷେତ୍ରରେ ସଚେତନ କରିବା ପାଇଁ କାର୍ଯ୍ୟ କରିବ। ଏହାସହିତ ରାଜ୍ୟର ନୂଆ ଶିଶୁ ନୀତି ‘ପ୍ରାରମ୍ଭ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ଆଶୀର୍ବାଦ ଯୋଜନାର ଏମ୍‌ଆଇଏସ୍‌ ପୋର୍ଟାଲ ଏବଂ ଓ୍ବାନ୍‌ଷ୍ଟପ ସେଣ୍ଟର ଓ ମହିଳା ହେଲ୍ପ ଲାଇନରେ ସଫଳ ମହିଳାଙ୍କ କାହାଣୀ ଉପରେ ଏକ କେସ୍‌ ଷ୍ଟଡି ବୁକଲେଟ୍‌ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ।
କାର୍ଯ୍ୟକ୍ରମରେ ଭୁବନେଶ୍ବର ବିଜୟଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀର ଜାନକୀ ବିଶ୍ବାଳ, ବିଏମ୍‌ସି ଅଙ୍ଗନଓ୍ବାଡି କର୍ମୀ ଆରତୀ ସାହୁ ନିଜ ଅଭିଜ୍ଞତା ଉପରେ କହିଥିଲେ। ମହିଳା ଓ ଶିଶୁ ବିଭାଗ କମିଶନର ଶୁଭା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri