ମହିଳା ସଶକ୍ତୀକରଣ କେବଳ ସ୍ଲୋଗାନ ନୁହେଁ: ଏହା ଏକ ବାସ୍ତବତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୩(ବ୍ୟୁରୋ): ଲୋକସେବା ଭବନସ୍ଥିତ କନ୍‌ଭେନଶନ ସେଣ୍ଟରରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶୁକ୍ରବାର ଏକ ସପ୍ତାହ ଧରି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏହା ଆଜି ଏକ ବାସ୍ତବତାରେ ପରିଣତ ହୋଇଛି ବୋଲି କହିଛନ୍ତି। ୭୦ଲକ୍ଷ ମା’ଙ୍କ ବିଶାଳ ସଂଗଠନ ଆଜି ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ହେବାକୁ ଯାଉଛି। ମା’ମାନେ କାହାଠାରୁ କମ୍‌ ନୁହନ୍ତି। ନିଜ ପ୍ରତିଭା ଓ ଦକ୍ଷତା ଦ୍ବାରା ସମାଜରେ ନିଜ ପାଇଁ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିବା ସହ ଉଦ୍ୟୋଗୀ ହେବାକୁ ଯାତ୍ରା ଆରମ୍ଭ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରହିଥିବା ବିଷୟ ‘ପରିବର୍ତ୍ତନ ଓ ପ୍ରଯୁକ୍ତି ବିଦ୍ୟା ଦ୍ବାରା ଲିଙ୍ଗଗତ ସମାନତା ଉପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଯୁକ୍ତିବିଦ୍ୟା ଆମକୁ ସମାଜରେ ଲିଙ୍ଗଗତ ବିଭେଦ ଦୂର କରିବା ପାଇଁ ଏକ ଅନନ୍ୟ ସୁଯୋଗ ଦେଇଛି । ଇନୋଭେଶନ ଏବଂ ଟେକ୍ନୋଲୋଜି ପ୍ରୟୋଗରେ ଶିକ୍ଷା, ନିଯୁକ୍ତି, କର୍ମକ୍ଷେତ୍ର ଏବଂ ସମାଜର ବିଭିନ୍ନ କ୍ଷେତ୍ରରେ ବିଭେଦ ଦୂର କରାଯାଇ ମହିଳାମାନଙ୍କ ଅଧିକାର ସୁରକ୍ଷା କରାଯାଇପାରୁଛି। ମହିଳାଙ୍କ ବିରୋଧରେ ହେଉଥିବା ହିଂସାକୁ ମଧ୍ୟ ରୋକାଯାଇ ପାରୁଛି। ଏହାଦ୍ବାରା ସମାଜରେ ଲିଙ୍ଗଗତ ବୈଷମ୍ୟ ଦୂର ହୋଇ ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ କରାଯାଇପାରିବ। ତେଣୁ ଇନୋଭେଶନ ଓ ଟେକ୍ନୋଲୋଜି ଅଧିକରୁ ଅଧିକ ପ୍ରୟୋଗ କରି ମହିଳାମାନଙ୍କୁ ସବୁ କ୍ଷେତ୍ରରେ ସମାନ ଅଧିକାର ପ୍ରଦାନ କରି ଏକ ନ୍ୟାୟପୂର୍ଣ୍ଣ ସମାଜ ଗଠନ ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।
ରାଜ୍ୟସ୍ତରୀୟ ଉତ୍ସବରେ ମହିଳା ଓ ଶିଶୁ ବିକାଶ ଓ ମିଶନ୍‌ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ମହିଳା ଓ ଶିଶୁବିକାଶ ବିଭାଗ ମହିଳାମାନଙ୍କ ସଶକ୍ତୀକରଣ ଓ ଅଧିକାରର ସୁରକ୍ଷା ପାଇଁ ଅନେକ କାର୍ଯ୍ୟକ୍ରମ ସଫଳତାର ସହ କାର୍ଯ୍ୟକାରୀ କରୁଛି । ମହିଳାମାନେ ଆଜି ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ ହୋଇପାରିଛନ୍ତି ବୋଲି ସେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁବିକାଶ ବିଭାଗର ଯୁବ ମାସ୍କଟ ‘କୁନି’ର ଶୁଭାରମ୍ଭ କରିଥିଲେ। ଏହି ମାସ୍କଟ କିଶୋରୀକିଶୋରମାନଙ୍କୁ ଶିକ୍ଷା, ଅଧିକାର ଓ ଅନ୍ୟାନ୍ୟ କ୍ଷେତ୍ରରେ ସଚେତନ କରିବା ପାଇଁ କାର୍ଯ୍ୟ କରିବ। ଏହାସହିତ ରାଜ୍ୟର ନୂଆ ଶିଶୁ ନୀତି ‘ପ୍ରାରମ୍ଭ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ଆଶୀର୍ବାଦ ଯୋଜନାର ଏମ୍‌ଆଇଏସ୍‌ ପୋର୍ଟାଲ ଏବଂ ଓ୍ବାନ୍‌ଷ୍ଟପ ସେଣ୍ଟର ଓ ମହିଳା ହେଲ୍ପ ଲାଇନରେ ସଫଳ ମହିଳାଙ୍କ କାହାଣୀ ଉପରେ ଏକ କେସ୍‌ ଷ୍ଟଡି ବୁକଲେଟ୍‌ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ।
କାର୍ଯ୍ୟକ୍ରମରେ ଭୁବନେଶ୍ବର ବିଜୟଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀର ଜାନକୀ ବିଶ୍ବାଳ, ବିଏମ୍‌ସି ଅଙ୍ଗନଓ୍ବାଡି କର୍ମୀ ଆରତୀ ସାହୁ ନିଜ ଅଭିଜ୍ଞତା ଉପରେ କହିଥିଲେ। ମହିଳା ଓ ଶିଶୁ ବିଭାଗ କମିଶନର ଶୁଭା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri