ମହିଳା ଫୁଟବଲ ଖେଳାଳିଙ୍କୁ ବାଜା ବଜାଇ ସ୍ବାଗତ

କୁଆଁରମୁଣ୍ଡା,୯।୧୧(ମହେନ୍ଦ୍ର କୁମାର ସାହୁ): ଅନ୍ତର୍ଜାତୀୟ ମହିଳା ଫୁଟବଲ ଖେଳାଳି ପ୍ୟାରୀ ଖାଖା, ଜୁଲି କିଷାନଙ୍କ ସମେତ ଜାତୀୟ ମହିଳା ଫୁଟବଲ ଖେଳାଳି ସୋନିଆ ଏକ୍କା, ମୋନିକା ମିଞ୍ଜ, ପ୍ରଜ୍ଞା କିଷାନଙ୍କୁ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡାରେ ଗୁରୁବାର ଭବ୍ୟ ସ୍ବାଗତ କରାଯାଇଛି।

୫ କ୍ରୀଡ଼ାବିତଙ୍କୁ ଲୋକନାଥ ମନ୍ଦିର ନିକଟରେ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ। ଏହା ପରେ କୁଆଁରମୁଣ୍ଡା ବ୍ୟାଙ୍କ ଅଫ ଇଣ୍ଡିଆ ମ୍ୟାନେଜର ମନୋଜ ପ୍ରଧାନ, ରାଜୁ ତିୱାରୀ, ଘନଶ୍ୟାମ ଦେବତା, କୁଆଁରମୁଣ୍ଡା ୟଙ୍ଗ ଆସୋସିଏଶନ ପକ୍ଷରୁ ସଂଯୋଜକ ଆନ୍ଥୋନି ଭେଙ୍ଗ୍ରା, କୋଚ ଶିତ ମହାକୁଡ, ରବି ପାତ୍ର, ପ୍ରମୋଦ ସୁନାନି, ଅଶ୍ୱିନୀ ପୋଥାଳ ପ୍ରମୁଖଙ୍କ ସମେତ କୁଆଁରମୁଣ୍ଡାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଲୋକନାଥ ମନ୍ଦିରରୁ ୧୪୩ ନମ୍ବର ଜାତୀୟ ରାଜପଥରେ ବାଜା ବଜାଇ ଏକ ଶୋଭାଯାତ୍ରାରେ ରାହାସ ପଡିଆସ୍ଥିତ ଜଗନ୍ନାଥ ମନ୍ଦିର ନିକଟକୁ ପାଛୋଟି ନିଆଯାଇଥିଲା।

ସେଠାରେ କୁଆଁରମୁଣ୍ଡା ନାଗରିକ କମିଟି ପକ୍ଷରୁ ଅଞ୍ଚଳର ସଫଳ କ୍ରୀଡ଼ାବିତମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। କୁଆଁରମୁଣ୍ଡା ଅଞ୍ଚଳର ଖେଳାଳିଙ୍କ ସଫଳତା ବିଷୟରେ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମଙ୍କୁ ପଚରାଯିବାରୁ ସେ କହିଥିଲେ, ଭାରତୀୟ ମହିଳା ଦଳରେ କିଭଳି ଅଞ୍ଚଳରୁ ଅଧିକ ପିଲା ସ୍ଥାନ ପାଇବେ ସେନେଇ ପୁରୁଣା ଭାଟି ପଡ଼ିଆର ପୁର୍ନରୁଦ୍ଧାର କରାଯାଇ ସମସ୍ତ ପ୍ରକାରର କ୍ରୀଡ଼ା ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ସୁନ୍ଦରଗଡ ଜିଲାପାଳଙ୍କୁ ଜଣାଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri