ଦାରିଙ୍ଗବାଡ଼ିରେ ଦେବଗଡ଼ ଜିଲା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା, ସ୍ବାବଲମ୍ବୀ ହେବାକୁ ଖୋଜୁଛନ୍ତି ବାଟ

ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦେବଗଡ଼ ଜିଲାରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ୯ ଜଣିଆ ଟିମ୍‌ ଆସିଛନ୍ତି। ସେମାନଙ୍କ ମୁଖ୍ୟ ଲକ୍ଷ୍ୟ ଦାରିଙ୍ଗବାଡ଼ି ଅଞ୍ଚଳରେ ବହୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ସ୍ବ ରୋଜଗାରକ୍ଷମ ହେବା ସହ ସଶକ୍ତ ହୋଇପାରିଛନ୍ତି। ଷ୍ଟ୍ରବେରୀ ଚାଷଠାରୁ ଆରମ୍ଭ କରି ଲିଚୁ, ଆମ୍ବ, ଜୈବିକ ପଦ୍ଧତିରେ ହଳଦୀ, ପନିପରିବା ଚାଷ ସମେତ ଜଙ୍ଗଲଜାତୀୟ ଦ୍ରବ୍ୟ ଶ୍ରୀଅନ୍ନ ଯୋଜନାରେ ମାଣ୍ଡିଆ, ଯଅ, କୁଏରୀ ଚାଷ ଓ ତା’ର ପ୍ରସ୍ତୁତିକରଣ ସହ ବିଭିନ୍ନ ମସଲା ଜାତୀୟ ସାମଗ୍ରୀ ଆଦିର ପ୍ରସ୍ତୁତି, ପ୍ୟାକିଂ, ବିକ୍ରିବଟା ସମ୍ପର୍କରେ ଅନୁଧ୍ୟାନ ସହ ଶିକ୍ଷା ଗ୍ରହଣ କରୁଛନ୍ତି। ସେମାନେ ଦୁର୍ଗମ ଭ୍ରମରବାଡ଼ି, ସିଆଙ୍ଗବାଲି, ଶ୍ରାନିକେତା ପଞ୍ଚାୟତର ସୁଲୁମାହା, ଟକରମାଲା, ସୁଗାନକେତା ଆଦି ଅଞ୍ଚଳ ବୁଲି ବିଭିନ୍ନ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର କାର୍ଯ୍ୟ ଦେଖିଥିଲେ।

ସେହିପରି ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ବୁଲିଥିଲେ। ତାଙ୍କୁ ‘ଜାଗୃତି’ର ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ ସହଯୋଗ କରିଥିଲେ। ଦେବଗଡ଼ ଜିଲାର ଏହି ଦଳରେ ସମ୍ବାରି ଗଈପାଇଙ୍କ ସମେତ ମାନି କୁଦାଦା, ପଦ୍ମା ବାରି, ଅମୃତି ପାତ୍ର, ମଙ୍ଗୁଳି ପାତ୍ର, ଲିପି ଟିୟୁ, ଝରଣୀ ମଣ୍ଡଳ, ଶ୍ରଦ୍ଧାଞ୍ଜଳି ସାହୁ ଏବଂ ମନ୍ଦୋଦରୀ ସାହୁ ପ୍ରମୁଖ ସାମିଲ ହୋଇଛନ୍ତି। ତାଙ୍କୁ ଉକ୍ତ ଜିଲା ଜିତା ଅନୁଷ୍ଠାନର ସମ୍ପାଦିକା ଅନୁପମା ରାଉତ କନ୍ଧମାଳ ପଠାଇଥିବା ଦାରିଙ୍ଗବାଡ଼ି ଆସିଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ କହିଛନ୍ତି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri