ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ ତାପମାତ୍ରା ରହୁଥିବା ବେଳେ ପାଣି ସମସ୍ୟା ପଡାବାସୀଙ୍କୁ ହନ୍ତସନ୍ତ କରୁଛି । ପଡାର ମହିଳାମାନେ ବିଦ୍ୟୁତ ଓ ପାନୀୟ ଜଳ ସମସ୍ୟାକୁ ନେଇ ସୋମବାର ବିଶ୍ୱନାଥପୁର ଠାରୁ ଲାଞ୍ଜିଗଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ହାଣ୍ଡି, ଗରା,ବାଲ୍ଟି, ମାଠିଆ ଧରି ରାସ୍ତା ଅବରୋଧ କରିଥିଲେ । ଯାହା ଫଳରେ ମୁଖ୍ୟ ରାସ୍ତାରେ ପ୍ରାୟ ୩ଘଣ୍ଟା କାଳ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଥିଲା।

ଖବର ପାଇ ଚମ୍ପାଦେଇପୁର ପଞ୍ଚାୟତ ସରପଞ୍ଚ ନରେନ୍ଦ୍ର ମାଝୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଗଣେଶ ସାହୁ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଯାତାୟତ ସ୍ୱାଭାବିକ ହୋଇଥିଲା। ସୂଚନା ଅନୁସାରେ ଚମ୍ପାଦେଇପୁର ପଞ୍ଚାୟତ ଅଧୀନରେ ଥିବା ହରିହରପୁର ଗ୍ରାମରେ ତିନିଗୋଟି ପଡ଼ାରେ ୧୪୦ରୁ ଉର୍ଦ୍ଧ୍ବ ପରିବାର ବସବାସ କରୁଥିବା ବେଳେ ହରିଜନ ପଡ଼ାରେ ୪୦ ରୁ ଉର୍ଦ୍ଧ୍ବ ପରିବାର ବସବାସ କରୁଛନ୍ତି । ହରିହରପୁର ଗ୍ରାମରେ ଆଜିକୁ ୪ଦିନ ହେଲା ବିଦ୍ୟୁତ ନଥିବା ହେତୁ ପାନୀୟ ଜଳ ସମସ୍ୟା ଦେଖା ଦେଇଥିବା ବେଳେ ପାଣି ଦୋକାନରୁ କିଣି ପିଉଥିବା କହୁଛନ୍ତି ପଡାବାସୀ । ପଡ଼ାରେ ଦୁଇଟି ନଳକୂପ ରହିଥିବା ବେଳେ ଗ୍ରୀଷ୍ମ ଋତୁରେ ପାଣି ନିଅଣ୍ଟ ହେଉଥିବା ବେଳେ ଦୁଇମାସ ହେବ ଖରାପ ହୋଇ ପଡିଛି । ପଞ୍ଚାୟତ ପକ୍ଷରୁ ପାଣି ଟେଙ୍କର ଦ୍ବାରା ଜଳ ଯୋଗାଣ ପାଇଁ ବ୍ୟବସ୍ଥା ରହିଥିଲେ ମଧ୍ୟ ତାହାର ବ୍ୟବସ୍ଥା କାଯାଇନଥିବା ଯୋଗୁଁ ପଡ଼ାରେ ଘୋର ଜଳ ସଙ୍କଟ ଦେଖା ଦେଇଛି।

ପଞ୍ଚାୟତ ଠାରୁ ବ୍ଲକ୍ ପର୍ଯ୍ୟନ୍ତ ଯାଇ ବାରମ୍ବାର ଗୁହାରି ଜଣାଇବା ସତ୍ତ୍ୱେ ଏହାକୁ ନେଇ ବିଭିନ୍ନ ତ୍ରୁଟି ଦେଖାଉଛନ୍ତି । ବିଦ୍ୟୁତ ବିଭାଗ କିମ୍ବା ପଞ୍ଚାୟତ ଓ ବ୍ଲକର କୌଣସି ଅଧିକାରୀ ଅଭିଯୋଗ ପାଇଁ ଫୋନ କଲେ ଫୋନ କଲ ଗ୍ରହଣ କରୁନାହାନ୍ତି । ବାରମ୍ବାର ଅଭିଯୋଗ ପରେ କେହି କର୍ଣ୍ଣପାତ ନକରିବାରୁ ଆଜି ହରିହରପୁର ହରିଜନ ପଡାର ସବିତା ହରିଜନ, ପ୍ରତିମା ହରିଜନ, ସସ୍ମିତା ହରିଜନ, କଳ୍ପନା ହରିଜନ, କୁନ୍ତୀ ହରିଜନ, ଚଞ୍ଚଳା ହରିଜନ, ସଂଯୁକ୍ତା ହରିଜନ ସମତେ ବହୁସଂଖ୍ୟାରେ ମହିଳାମାନେ ପାନୀୟ ଜଳ ସମସ୍ୟାକୁ ନେଇ ବିଶ୍ୱନାଥପୁର ଠାରୁ ଲାଞ୍ଜିଗଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ସୋମବାର ସକାଳ ୭ ଘଣ୍ଟା ସମୟରେ ହାଣ୍ଡି, ଗରା, ବାଲ୍ଟି, ନଖି ଧରି ମୁଖ୍ୟ ରାସ୍ତା ଅବରୋଧ କରିଥିବା ପ୍ରକାଶ କରିଛନ୍ତି। ଯାହା ଫଳରେ ରାସ୍ତାର ଦୁଇ ପାର୍ଶ୍ଵରେ ଗାଡି ମୋଟର ଅଟକି ରହିଥିବା ବେଳେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଥିଲା।

ଘଟଣା ସ୍ଥଳରେ ବିଶ୍ୱନାଥପୁର ମଣ୍ଡଳ ସଭାପତି ତୁଳସୀ ମାଝୀ ପହଞ୍ଚି ମହିଳା ମାନଙ୍କୁ ବୁଝାସୁଝା କରିଥିଲେ । ଖବର ପାଇ ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ, ଚମ୍ପାଦେଇପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ଗଣେଶ ସାହୁ ପହଞ୍ଚି ଉକ୍ତ ପଡାକୁ ତିନିଚାରି ଘଣ୍ଟା ଭିତରେ ଟ୍ୟାଙ୍କର ଦ୍ୱାରା ପାଣି ଯୋଗାଇ ଦିଆଯିବା ସହିତ ବିଦ୍ୟୁତ ସରବରାହ ପାଇଁ ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କୁ ଯୋଗାଯୋଗ କରି ତୁରନ୍ତ ବିଦ୍ୟୁତ ସଂଯୋଗ ପାଇଁ କହିଥିଲେ ଏବଂ ନଳକୂପ ତିଆରି ଗାଡି ଉପଲବ୍ଧ ନଥିବା ହେତୁ ଆଜି ସନ୍ଧ୍ୟା କିମ୍ବା ଆସନ୍ତା କାଲି ସୁଦ୍ଧା ନଳକୂପ ତିଆରି କରାଯିବ ବୋଲି ସରପଞ୍ଚ ମହିଳାମାନଙ୍କୁ ବୁଝାସୁଝା କରିବା ପରେ ଦୀର୍ଘ ୩ଘଣ୍ଟା ପରେ ଦିନ ୧୦ ଘଣ୍ଟା ସମୟରେ ଯାତାୟତ ସ୍ୱାଭାବିକ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri