ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର

ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର ଏକ ମାମଲା (ନଂ.୧୪୮/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପୋଲିସ ଜଣେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଯାଇଛି।

ପୀଡ଼ିତାଙ୍କ ମା’ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି ଯେ, ମଙ୍ଗଳବାର ତାଙ୍କ ଝିଅ ଶାଶୁଘରକୁ ଯିବା ପାଇଁ ଜିଦ୍‌ ଧରି ଘରୁ ବାହାରି ଯାଇଥିଲେ। ସେ ତାଙ୍କ ପଛେ ପଛେ ଯାଇଥିଲେ। ଘରଠାରୁ କିଛି ବାଟ ଆସିବା ପରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଏକ ଗାଡ଼ିରେ ଆସି ତାଙ୍କ ଝିଅକୁ ଶାଶୁଘରେ ଛାଡ଼ି ଦେବା ପାଇଁ କହିଥିଲେ। ସେ ଯୁବକଙ୍କୁ ଚିହ୍ନି ନ ଥିବାରୁ ଝିଅକୁ ଛାଡ଼ିବା ପାଇଁ ରାଜି ହୋଇ ନ ଥିଲେ। ପରେ ଯୁବକ ଜଣଙ୍କ ସେଠାରୁ ପଳାଇଯାଇ ଥିଲେ। ହେଲେ ଯୁବକ ଜଣକ ପୁଣି ଆସି ତାଙ୍କ ଝିଅକୁ ଜବରଦସ୍ତ ଗାଡ଼ିରେ ବସାଇ ନେଇଯାଇଥିଲେ। ରାତିରେ ସମ୍ପୃକ୍ତ ଯୁବକଙ୍କ ସହ ଅନ୍ୟ ଜଣେ ଯୁବକ ମିଶି ମହିଳାଙ୍କୁ ବଳାତ୍କାର କରିଥିଲେ। ପରେ ପୀଡ଼ିତାଙ୍କୁ ଶାଶୁଘର ଗାଁ ପାଖରେ ଛାଡ଼ି ଫେରାର ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri