୮ ବ୍ଲକରୁ ୪ଟିରେ ମହିଳା

ଅନୁଗୋଳ ଅଫିସ, ୮।୧ ଅନୁଗୋଳ ଜିଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି। ଜିଲାର ମୋଟ୍‌ ୮ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ମଧ୍ୟରୁ ଅନୁଗୋଳ ବ୍ଲକ ଅଧ୍ୟକ୍ଷ ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷିତ ରଖାଯାଇଛି। ସେହିପରି ଆଠମଲ୍ଲିକ, କଣିହଁା ଓ ବଅଁରପାଳ ଅଣସଂରକ୍ଷିତ ଥିବାବେଳେ କିଶୋରନଗର ବ୍ଲକ ଅଧ୍ୟକ୍ଷ ପଦ ଅନୁସୂଚିତ ଜାତି, ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ପଦବୀ ମହିଳା, ଚାଳଚେର ବ୍ଲକ ଅଧ୍ୟକ୍ଷ ପଦବୀ ମହିଳା ଏବଂ ପାଲଲହଡ଼ା ବ୍ଲକ ଅଧ୍ୟକ୍ଷ ପଦବୀ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି।
ସେହିପରି ଅନୁଗୋଳ ବ୍ଲକରେ ଥିବା ମୋଟ୍‌ ୩୪ଟି ପଞ୍ଚାୟତ ମଧ୍ୟରୁ ୨୭ଟି ସରପଞ୍ଚ ପଦବୀ ଅଣସଂରକ୍ଷିତ ରହିଛି। ସେଥିରୁ ୧୪ଟି ପୁରୁଷ ଓ ୧୩ଟି ମହିଳାଙ୍କ ପାଇଁ ରଖାଯାଇଛି। ଅନ୍ୟ ୭ଟି ମଧ୍ୟରୁ ଅନୁସୂଚିତ ଜାତି ପୁରୁଷଙ୍କ ପାଇଁ ୩ ଓ ମହିଳାଙ୍କ ପାଇଁ ୪ଟି ପଞ୍ଚାୟତ ସଂରକ୍ଷିତ ରହିଛି। ବଅଁରପାଳ ବ୍ଲକର ୩୫ ପଞ୍ଚାୟତ ମଧ୍ୟରୁ ୨୬ଟି ପଞ୍ଚାୟତ ଅଣସଂରକ୍ଷିତ ଓ ୯ଟି ପଞ୍ଚାୟତ ଅନୁସୂଚିତ ଜାତିଙ୍କ ପାଇଁ ରଖାଯାଇଛି। ଛେଣ୍ଡିପଦା ବ୍ଲକର ୩୪ ପଞ୍ଚାୟତ ମଧ୍ୟରୁ ୨୬ଟି ଅଣସଂରକ୍ଷିତ ଓ ଅନୁସୂଚିତ ଜାତିଙ୍କ ପାଇଁ ୮ଟି ପଞ୍ଚାୟତ ରଖାଯାଇଛି। ତାଳଚେର ବ୍ଲକର ୨୧ ପଞ୍ଚାୟତ ମଧ୍ୟରୁ ୧୫ଟି ଅଣସଂରକ୍ଷିତ ଓ ୬ଟି ଅନୁସୂଚିତ ଜାତିଙ୍କ ନିମନ୍ତେ ସଂରକ୍ଷିତ ରହିଛି। କଣିହଁା ବ୍ଲକର ୨୭ ପଞ୍ଚାୟତ ମଧ୍ୟରୁ ୨୦ଟି ଅଣସଂରକ୍ଷିତ ଓ ୭ଟି ଅନୁସୂଚିତ ଜାତିଙ୍କ ପାଇଁ ସଂରକ୍ଷିତ ରହିଛି। ଆଠମଲ୍ଲିକ ବ୍ଲକର ୨୪ ପଞ୍ଚାୟତ ମଧ୍ୟରୁ ୨୦ଟି ଅଣସଂରକ୍ଷିତ ଓ ୪ଟି ଅନୁସୂଚିତ ଜାତି, କିଶୋରନଗର ବ୍ଲକର ୨୩ ପଞ୍ଚାୟତ ମଧ୍ୟରୁ ୧୯ଟି ଅଣସିଂରକ୍ଷିତ ଓ ୪ଟି ଅନୁସୂଚିତ ଜାତି, ପାଲଲହଡ଼ା ବ୍ଲକର ୨୭ ପଞ୍ଚାୟତ ମଧ୍ୟରୁ ୨୩ଟି ଅଣସିଂରକ୍ଷିତ ଓ ୪ଟି ଅନୁସୂଚିତ ଜାତିଙ୍କ ନିମନ୍ତେ ସଂରକ୍ଷିତ ରହିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ସମିତି ସଭ୍ୟମାନଙ୍କ ପାଇଁ ମଧ୍ୟ ସ୍ଥାନ ସଂରକ୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?