Posted inଜାତୀୟ

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ ଯଦି ଭବିଷ୍ୟତରେ ଅଶାନ୍ତି ଦେଖାଦିଏ, ତେବେ ମହିଳା ଜଣଙ୍କୁ ସ୍ତ୍ରୀର ଅଧିକାର ମିଳିପାରିବ ବୋଲି ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ୍‌ କହିଛନ୍ତି। ଜଣେ ବ୍ୟକ୍ତିଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କରିବା ଅବସରରେ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଉକ୍ତ ବ୍ୟକ୍ତି ଜଣେ ମହିଳାଙ୍କ ସହ ରିଲେଶନଶିପ୍‌ରେ ରହିବା ସହ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅନେକ ଥର ଯୌନ ସମ୍ପର୍କ ରଖିଥିଲେ। ପରେ ସେ ବିବାହ କରିବାକୁ ମନା କରିଦେଇଥିଲେ। ଆଧୁନିକତାର ଫାଶ ଓ ସଂସ୍କୃତିରେ ପଡ଼ିଥିବା ମହିଳାମାନଙ୍କୁ ଅଦାଲତ ସୁରକ୍ଷା ଦେବାକୁ ହେବ ବୋଲି ବିଚାରପତି ଏସ୍‌. ଶ୍ରୀମାଥି କହିଛନ୍ତି। ପୁରାତନ ଭାରତରେ ୮ ପ୍ରକାରର ବିବାହ ପ୍ରଥା ଚଳୁଥିଲା। ସେଥିରୁ ଗୋଟିଏ ହେଉଛି ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ। ଲିଭ୍‌ ଇନ୍‌ ରିଲେଶନଶିପ୍‌କୁ ଗାନ୍ଧର୍ବ ବିବାହର ସ୍ବୀକୃତି ଦିଆଯାଇପାରେ ବୋଲି ବିଚାରପତି କହିଛନ୍ତି। ଏପରିକି ଛାଡ଼ପତ୍ର ପରେ ମଧ୍ୟ ମହିଳାଙ୍କୁ ଆଇନଗତ ସୁରକ୍ଷା ଦିଆଯାଉଛି। ସମ୍ପ୍ରତି ମହିଳାମାନଙ୍କର ଏକ ଦୁର୍ବଳ ବର୍ଗ ଲିଭ୍‌-ଇନ୍‌ ରିଲେଶନଶିପ୍‌ ଧାରଣାର ଶିକାର ହେଉଛନ୍ତି, ଯେଉଁମାନଙ୍କୁ ସୁରକ୍ଷା ମିଳୁନାହିଁ। ବାସ୍ତବରେ ଏଭଳି ସମ୍ପର୍କ ଭାରତୀୟ ସମାଜକୁ ଏକ ସାଂସ୍କୃତିକ ଧକ୍କା ବୋଲି ଖଣ୍ଡପୀଠ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri