ଷ୍ଟେମ୍‌ରେ ମହିଳାଙ୍କ ସଂଖ୍ୟା ୩୦%କୁ ବୃଦ୍ଧି ହେବ

ଭୁବନେଶ୍ୱର,୧୪ା୩ : ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ମ୍ୟାନେଜ୍‌ମେଂଟ୍‌ (ଷ୍ଟେମ୍‌)ରେ ମହିଳାଙ୍କ ଯୋଗଦାନ ବଢ଼ୁଛି। ତେଣୁ କେବଳ ଭାରତ ନୁହେଁ ବରଂ ସାରା ଦୁନିଆର ଲାଭ ପାଇଁ ମହିଳାମାନଙ୍କ ନିମନ୍ତେ ଭାରତ ସରକାର ବିଭିନ୍ନ ପ୍ରକାର ଅଭିଯାନ ଆରମ୍ଭ କରିଛନ୍ତି। ୨୦୩୦ ସୁଦ୍ଧା ଷ୍ଟେମ୍‌ରେ ମହିଳାମାନଙ୍କ ଭାଗିଦାରୀ ୩୦% ପର୍ଯ୍ୟନ୍ତ ବୃଦ୍ଧି କରିବା ଉପରେ ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଫିକି ପକ୍ଷରୁ ଶିଳ୍ପକ୍ଷେତ୍ରର ବିଶିଷ୍ଟ ବ୍ୟକ୍ତି, ନବସୃଜନକାରୀ ଏବଂ ନୀତି ନିର୍ଧାରକମାନଙ୍କୁ ନେଇ ଏକ ଆଲୋଚନା ଚକ୍ରରେ ମତ ପ୍ରକାଶ ପାଇଛି। ଭାରତ ସରକାରଙ୍କ ପ୍ରତିରକ୍ଷା ସଚିବ ଡକ୍ଟର ଅଜୟ କୁମାର ଉଦଘାଟନୀ ଅଭିଭାଷଣ ପ୍ରଦାନ କରି ଦେଶ ବିକାଶରେ ମହିଳାମାନଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ଜୁପିର ଚିଫ୍‌ କର୍ପୋରେଟ୍‌ ଆଫେୟାର୍ସ୍‌ ଆଣ୍ଡ୍‌ କମ୍ୟୁନିକେସନ୍‌ ଅଫିସର ଡକ୍ଟର ସୁବି ଚତୁର୍ବେଦୀ କହିଥିଲେ ଯେ ପିଟର୍‌ସନ୍‌ ଇନଷ୍ଟିଚ୍ୟୁଟ୍‌ର ଏକ ସର୍ଭେରୁ ଜଣାପଡ଼ିଛି ଯେ ଯେଉଁ ସଂସ୍ଥାରେ ମହିଳା କର୍ମଚାରୀଙ୍କ ସଂଖ୍ୟା ୩୦%ରୁ ଅଧିକ ରହିଛି ସେଗୁଡ଼ିକର ଲାଭରେ ୧୫% ବୃଦ୍ଧି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?