ଆଫଗାନିସ୍ତାନରେ ମହିଳା ଖବରଦାତାଙ୍କୁ ମିଳୁନାହିଁ ପ୍ରେସ କନଫରେନ୍ସରେ ଯିବାକୁ ଅନୁମତି

କାବୁଲ,୧୭।୬: ଆଫଗାନିସ୍ତାନର ଶାସନ ଭାର ତାଲିବାନ ହାତକୁ ଯିବା ପରଠାରୁ ସେଠାରେ ମହିଳାଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ବେଳକୁ ବେଳେ ସେଠାରେ ମହିଳାଙ୍କୁ ନେଇ କଠୋର ଆଇନ ଲାଗୁ କରାଯାଉଛି। ଇତିମଧ୍ୟରେ ଏବେ ଆଫଗାନିସ୍ତାନରେ ମହିଳା ଖବରଦାତାଙ୍କୁ ନେଇ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି। ଟୋଲୋ ନ୍ୟୁଜର ରିପୋର୍ଟ ଅନୁଯାୟୀ,ଏଠାରେ ତାଲିବାନ ଦ୍ୱାରା ଆୟୋଜିତ ପ୍ରେସ କନଫରେନ୍ସରେ ମହିଳା ଖବର ଦାତାଙ୍କୁ ଯିବାକୁ ଅନୁମତି ଦିଆଯାଉ ନାହିଁ।

ଟୋଲୋ ନ୍ୟୁଜ ହେଉଛି କାବୁଲରୁ ପ୍ରସାରିତ ହେଉଥିବା ଏକ ଆଫଗାନିସ୍ତାନ ନ୍ୟୁଜ ଚ୍ୟାନେଲ। ଏହା ସହ କଥା ହେବାପରେ ଆଫଗାନିସ୍ତାନର ମହିଳା ସାମ୍ବାଦିକମାନେ ଦାବି କରିଛନ୍ତି ଯେ ସେମାନଙ୍କୁ ତାଲିବାନ ଦ୍ୱାରା ଆୟୋଜିତ ଖବରଦାତା ସମ୍ମିଳନୀ(ପ୍ରେସ କନଫରେନ୍ସ)ରେ ଅନେକ ଥର ଯୋଗଦେବାକୁ ଅନୁମତି ଦିଆଯାଇ ନାହିଁ। ତାଙ୍କୁ ଅନେକ ଥର ବାରଣ କରାଯାଇଛି। କେତେକ ମହିଳା ସାମ୍ବାଦିକ କହିଛନ୍ତି ଯେ ସେମାନଙ୍କୁ ସରକାରୀ ଅନୁଷ୍ଠାନ ଦ୍ୱାରା ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେବାକୁ ବାରଣ କରାଯାଇଥାଏ।
ଆଫଗାନିସ୍ତାନ ମହିଳା ସାମ୍ବାଦିକ ନୀଲାବ ନୁରୀ ଟୋଲୋ ନ୍ୟୁଜ ସହ ଏକ ବାର୍ତ୍ତାଳାପ ବାଦ ଦିଆଯିବା ଦୁଃଖଦାୟକ। ମୁଁ ସରକାରଙ୍କୁ ଅନୁରୋଧ କରିବାକୁ ଚାହୁଁଛି ଯେ ମହିଳାମାନଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଅଂଶଗ୍ରହଣ କରିବାକୁ ଅନୁମତି ଦିଆଯାଉ ଯାହା ଦ୍ୱାରା ସେମାନେ ନିଜ ଭାଇମାନଙ୍କ ସହ କାମ କରିପାରିବେ। ଅନ୍ୟ ଜଣେ ଆଫଗାନିସ୍ତାନ ମହିଳା ଫାଟାନା ବଏତ ଟୋଲୋ ନ୍ୟୁଜକୁ କହିଛନ୍ତି ଯେ ତାଙ୍କୁ କିଛି ପ୍ରଦର୍ଶନ ଉପରେ ରିପୋର୍ଟ କରିବାକୁ ବାରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri