ମୋ ଝିଅକୁ ତଣ୍ଟିଚିପି ମାରିଦେଲେ

ଦିଗପହଣ୍ଡି,୧୩ା୯(ଡି.ଏନ.ଏ.): ସ୍ତ୍ରୀ ହତ୍ୟା ଅଭିଯୋଗରେ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଲକ୍ଷ୍ମଣ ନାଇକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ନେଇ ପୋଲିସ ଏକ ମାମଲା (ନଂ ୨୩୩/୨୧ ) ରୁଜୁ କରିଛି।

ସୂଚନା ଅନୁସାରେ, ଲକ୍ଷ୍ମଣଙ୍କ ସ୍ତ୍ରୀ ଜାନକୀ ନାଇକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଲକ୍ଷ୍ମଣଙ୍କ ଶାଶୁ ତଥା ଜାନକୀଙ୍କ ମା’ ବବି ନାୟକ ଥାନାରେ ପହଞ୍ଚତ୍ ମୋ ଝିଅକୁ ଶାଶୁ ଘର ଲୋକେ ହତ୍ୟା କରିଥିବା ଏତଲା ଦେଇଥିଲେ।

ପୋଲିସ ସୂଚନା ମୁତାବକ, ଗଞ୍ଜାମ ଜିଲା ବଡଗଡ ଥାନା ବାହାଁରପୁର ଗ୍ରାମର ଜୁରିଆ ନାଇକଙ୍କ ଝିଅ ଜାନକୀ ୮ ବର୍ଷ ତଳେ ଦିଗପହଣ୍ଡି ଥାନା ଚଷାନିମଖଣ୍ଡି ଗ୍ରାମର ବାସୁ ନାଇକଙ୍କ ପୁଅ ଲକ୍ଷ୍ମଣଙ୍କୁ ବିବାହ କରିଥିଲେ। ବିବାହ ପରଠାରୁ ସ୍ବାମୀ ଲକ୍ଷ୍ମଣ ଜାନକୀଙ୍କୁ ଅଧିକ ଯୌତୁକ ଦାବିରେ ନିର୍ଯାତନା ଦେଉଥିଲେ । ଘଟଣା ଦିନ ରାତିରେ ତାଙ୍କୁ ସ୍ବାମୀ ତଣ୍ଟି ଚିପି ହତ୍ୟା କରିଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଥିଲା। ଅପରପକ୍ଷରେ ଜାନକୀ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିଲେ ବୋଲି ସ୍ବାମୀ ଲକ୍ଷ୍ମଣ ପୋଲିସକୁ କହିଥିଲେ। ତେବେ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ହିଁ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ମେରିକମ୍‌ଙ୍କୁ ପଛରେ ପକାଇ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?