Posted inଜାତୀୟ

ବାପଘରେ ସ୍ବାମୀଙ୍କୁ ହତ୍ୟା ପରେ ଆଖି-ନାକରେ ଫେଭିକ୍ୱିକ୍‌ ପକାଇଲେ ସ୍ତ୍ରୀ, ସହଯୋଗ କଲେ…

ଗୟା,୨୪।୧: ବିହାରର ଗୟାରେ ଜଣେ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ଚର୍ଚ୍ଚାରେ। ପ୍ରଥମେ ଯୁବକଙ୍କ ହାତଗୋଡ ବାନ୍ଧି ଛୁରୀରେ ଆକ୍ରମଣ କରିଥିଲେ। ତାଙ୍କର ମୃତ୍ୟୁ ହୋଇଯିବା ପରେ ଆଖି, ନାକ ଏବଂ ମୁହଁରେ ଫେଭିକ୍ୱିକ୍‌ ପକାଇଦେଇଥିଲେ। ଅଭିଯୁକ୍ତ ସ୍ତ୍ରୀ ହତ୍ୟା କରିବା ସମୟରେ ତାଙ୍କ ମାବାପା ମଧ୍ୟ ସହଯୋଗ କରିଥିଲେ।

ମୃତକଙ୍କ ନାମ ମୁନ୍ନା ବୋଲି ଜଣାପଡ଼ିଛି। ତାଙ୍କର ବିବାହ ଜୁଲିଙ୍କ ସହ ହୋଇଥିଲା। କଲେଜ ଦିନରୁ ସେ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ। କିଛିଦିନ ପୂର୍ବେ ସ୍ବାମୀ ତାଙ୍କୁ ଆପତ୍ତିଜନକ ଅବସ୍ଥାରେ ଧରିଥିଲେ। ଏହାକୁ ନେଇ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିଲା। ଏଣୁ ସ୍ବାମୀଙ୍କ ହତ୍ୟାର ଷଡଯନ୍ତ୍ର ରଚିଥିଲେ ଜୁଲି।

ମୁନ୍ନାଙ୍କୁ ହତ୍ୟା କରିବାର ଯୋଜନା କରିବା ପରେ ତାଙ୍କୁ ବାପଘରକୁ ଡାକିଥିଲେ ଅଭିଯୁକ୍ତ ଜୁଲି। ପରେ ମା’ବାପା ଏବଂ ଅନ୍ୟ ୨ଜଣଙ୍କ ସହାୟତାରେ ତାଙ୍କୁ ହତ୍ୟା କରିଥିଲେ। ହେଲେ ସାଢ଼େ ୩ ବର୍ଷର ଝିଅ ତାହା ଦେଖିଦେଇଥିଲା। ହତ୍ୟା କରିବା ପରେ ମୃତଦେହକୁ ନଷ୍ଟ କରିବାକୁ ନେଇ ଯାଉଥିବା ବେଳେ ଅଧାବାଟରେ ପୋଲିସ ଭ୍ୟାନ୍‌ ଦେଖି ସେମାନେ ହଡବଡାଇ ଯାଇଥିଲେ। ଏପରିକି ଅଭିଯୁକ୍ତମାନେ ମୃତଦେହକୁ ଛାଡ଼ି ଫେରାର ହୋଇଯାଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଖା ଭିତରୁ ମୃତଦେହ ଜବତ କରିଛି। ଏଥିସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri