ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି। ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଯଦି କେହି ଅମାନ୍ୟ ହୋଇ ମଦ ବିକ୍ରି କରି ସ୍ଥିତି ଭୟାଭୟ ହେବ ବୋଲି ସଂପୃକ୍ତ ମହିଳାମାନେ ବୈଠକରେ ନିଷ୍ପତ୍ତି ନେଇଛନ୍ତି।

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡ଼ଗାଡ, କୁହିଦାଦର ଏବଂ ଦୂର୍ଜନତୈଲା ପଞ୍ଚାୟତର ଦାଦରପାଲି ଓ ମଳିଦାଦର ଗ୍ରାମର ମହିଳା ମାନେ ଏକତ୍ରିତ ହୋଇ ଏକ ବୈଠକ କରି ଏହି ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଉପାନ୍ତ ଅଞ୍ଚଳ ଗୌଡ଼ଗାଡ ସମେତ ମାଳିଦାଦର, ଦାଦରପାଲି, କୁହିଦାଦର ରେ ମହୁଲି ମଦ ପ୍ରସ୍ତୁତି ହେବା ସହିତ ଦେଶୀ ବିଦେଶୀ ମଦ ବ୍ୟାପକ ପରିମାଣରେ ବିକ୍ରି ହେଉଥିଲା। ମଦ୍ୟପମାନେ ମଦ ପିଇ ଅନେକ ସମୟରେ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ରାସ୍ତା ଓ ଛକମାନଙ୍କରେ ଆଡ୍ଡା ଜମାଉଥିଲେ। ଫଳରେ ମହିଳା ଓ ଛାତ୍ରୀମାନେ ରାସ୍ତାରେ ଏକାକୀ ଯିବା ଆସିବା କରିପାରୁ ନ ଥିଲେ। ଫଳରେ ଗୌଡ଼ଗାଡ ଗ୍ରାମର ମହିଳାମାନେ ପ୍ରଥମେ ଅଣ୍ଟା ଭିଡ଼ି ଗ୍ରାମରେ ମଦ ବିକ୍ରି ବନ୍ଦ କରିଥିଲେ। ଏହା ସହିତ ଯିଏ ମଦ ପିଇ ଗାଳି ଗୁଲଜ କରିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

ଏହା ଦେଖି ପୋଡସି ଗ୍ରାମର ମହିଳା ମାନେ ତାଙ୍କର ସହଯୋଗ ନେଲେ। ଗୌଡ଼ଗାଡ ଗ୍ରାମରେ ଦାଦରପାଲି, ମାଳିଦାଦର, କୁହିଦାଦର ଓ ଗୌଡ଼ଗାଡ ଗ୍ରାମର ମହିଳା ସୟଂ ସହାୟକ ଗୋଷ୍ଠୀର ଶତାଧିକ ମହିଳା ଏକତ୍ରିତ ହୋଇଥିଲେ।
ସମସ୍ତେ ନିଜ ନିଜ ଗ୍ରାମରେ ମଦ ବିକ୍ରି ବନ୍ଦ କରିବାକୁ ଶପଥ କରିଥିଲେ। ପରେ ସମସ୍ତେ ମାଳିଦାଦରରେ ବିକ୍ରି ହେଉଥିବା ଏକ ଢ଼ାବାକୁ ଯାଇ ମଦ ବିକ୍ରି ବନ୍ଦ କରିବାକୁ କହିଥିଲେ। ମହିଳାମାନଙ୍କ ଏହି ନିଷ୍ପତ୍ତିକୁ ଗ୍ରାମବାସୀମାନେ ସମର୍ଥନ କରିଥିବାବେଳେ ତାଙ୍କର ଏହି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri