ପାଣି ପାଇଁ ଡହଳବିକଳ, ଗରା ଧରି ରାସ୍ତାରେ ମହିଳା

ଜଳେଶ୍ୱର,୨୧।୪(ଡି.ଏନ.ଏ.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ ଜଳସ୍ତର ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ପିଇବା ପାଣି ସମସ୍ୟା ଉକତ୍ଟ ହେବାରେ ଲାଗିଛି। ଘନ ଘନ ବିଦ୍ୟୁତକାଟ୍‌ ଯୋଗୁ ପାଇପ୍‌ ପାଣି ଯୋଗାଣ ବାଧାପ୍ରାପ୍ତ ହୋଇଛି। ଜଳେଶ୍ୱର ବ୍ଲକ କଳମା ପଞ୍ଚାୟତ ପ୍ରସାଦଶୋଳ ଗ୍ରାମର ଆଦିବାସୀ ସାହିରେ ପିଇବା ପାଣି ସମସ୍ୟା ଯୋଗୁ ସ୍ଥାନୀୟ ବାସିନ୍ଦା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ସମାଧାନ ଲାଗି ଗ୍ରାମବାସୀ ୨୦୧୫ରୁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ଆସୁଥିଲେ ମଧ୍ୟ ଫଳ ଶୂନ। ଏହାର ପ୍ରତିବାଦ କରି ବୁଧବାର ରେଣ୍ଟା ହେମ୍ବ୍ରମଙ୍କ ନେତୃତ୍ୱରେ ଆଦିବାସୀ ସାହିର ମହିଳାମାନେ ରାସ୍ତାରେ ଗରା ଧରି ବସି ରହିଥିଲେ। ସରପଞ୍ଚ ସୁବିନିକା ଦତ୍ତ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିବା ପରେ ରାସ୍ତାରୋକୋ ହଟିଥିଲା ା
ଗାଁରେ ସବୁ ଗାଡିଆ, ପୋଖରୀ ଶୁଖିଯାଇଥିବାରୁ ଏଭଳି ସମସ୍ୟା ଉପୁଜିଛି। ବସୁଧା ଯୋଜନାରେ ୨ଟି ପାଣିଟାଙ୍କି ନିର୍ମାଣ ହୋଇଥିଲେ ମଧ୍ୟ ଗୋଟିଏ କାର୍ଯ୍ୟକ୍ଷମ ହୋଇଛି ା ମାତ୍ର ସେଠାରୁ ଖୁଣ୍ଟା ଓ କଳମା ଗାଁକୁ ପାଣି ଯୋଗାଣ ହେଉଥିଲେ ମଧ୍ୟ ପ୍ରସାଦଶୋଳ ଆଦିବାସୀ ସାହିକୁ ପାଣି ଯୋଗାଣ ହେଉ ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri