ପାଣି ପାଇଁ ରାସ୍ତାରେ ମହିଳା

ପରଜଙ୍ଗ, ୨୬।୪(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆମ୍ବପଳାସ ଗ୍ରାମ ଗଙ୍ଗାଧରପୁର ଦଳିତ ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ପାଣି ମୁନ୍ଦାଏ ପାଇଁ ସାହିବାସୀ ଡହଳବିକଳ ହେଉଥିବାବେଳେ ଏହାକୁ ନେଇ ଲାଗି ରହିଥିବା ପୁଞ୍ଜୀଭୂତ ଅସନ୍ତୋଷ ଆନ୍ଦୋଳନର ରୂପ ନେଇଛି। ସୋମବାର ବହୁ ମହିଳାପୁରୁଷ ହାଣ୍ଡିମାଠିଆ ଧରି ଟାୟାର ଜାଳି ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରି ସମସ୍ୟା ସମାଧାନ ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ‘ବସୁଧା’ ଯୋଜନାରେ ସାହିକୁ ପାଇପ୍‌ ବିଛାଯାଇଛି। ହେଲେ ପାଣି ଆସୁନାହିଁ। ଅଞ୍ଚଳବାସୀଙ୍କ ଜଳକଷ୍ଟ ମେଣ୍ଟାଉଥିବା ୨ଟି ଖୋଲାକୂଅ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଶୁଖିଲା ପଡ଼ିଛି। ଏକମାତ୍ର ନଳକୂପ ଦୀର୍ଘଦିନ ହେଲା ଅଚଳ ପଡ଼ିଛି। ଏ ନେଇ ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣୁନାହାନ୍ତି। ଫଳରେ ସେମାନେ ବାଧ୍ୟ ହୋଇ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିଥିବା କହିଛନ୍ତି। ଦୀର୍ଘ ୩ଘଣ୍ଟା ଧରି ରାସ୍ତାରୋକୋ ଫଳରେ ଶତାଧିକ ଯାନବାହନ ଅଟକି ରହିଥିଲା। ସୂଚନା ପାଇଁ ପୋଲିସ, ବିଭାଗୀୟ ଅଧିକାରୀ ପହଞ୍ଚତ୍ ଆଲୋଚନା କରିଥିଲେ। ୨ଦିନ ମଧ୍ୟରେ ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri