ପାଣି ପାଇଁ ରାସ୍ତାରେ ମହିଳା

ପରଜଙ୍ଗ, ୨୬।୪(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆମ୍ବପଳାସ ଗ୍ରାମ ଗଙ୍ଗାଧରପୁର ଦଳିତ ସାହିରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ପାଣି ମୁନ୍ଦାଏ ପାଇଁ ସାହିବାସୀ ଡହଳବିକଳ ହେଉଥିବାବେଳେ ଏହାକୁ ନେଇ ଲାଗି ରହିଥିବା ପୁଞ୍ଜୀଭୂତ ଅସନ୍ତୋଷ ଆନ୍ଦୋଳନର ରୂପ ନେଇଛି। ସୋମବାର ବହୁ ମହିଳାପୁରୁଷ ହାଣ୍ଡିମାଠିଆ ଧରି ଟାୟାର ଜାଳି ପୂର୍ତ୍ତ ବିଭାଗ ରାସ୍ତା ଅବରୋଧ କରି ସମସ୍ୟା ସମାଧାନ ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ‘ବସୁଧା’ ଯୋଜନାରେ ସାହିକୁ ପାଇପ୍‌ ବିଛାଯାଇଛି। ହେଲେ ପାଣି ଆସୁନାହିଁ। ଅଞ୍ଚଳବାସୀଙ୍କ ଜଳକଷ୍ଟ ମେଣ୍ଟାଉଥିବା ୨ଟି ଖୋଲାକୂଅ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଶୁଖିଲା ପଡ଼ିଛି। ଏକମାତ୍ର ନଳକୂପ ଦୀର୍ଘଦିନ ହେଲା ଅଚଳ ପଡ଼ିଛି। ଏ ନେଇ ସ୍ଥାନୀୟ ସରପଞ୍ଚଙ୍କଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣୁନାହାନ୍ତି। ଫଳରେ ସେମାନେ ବାଧ୍ୟ ହୋଇ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିଥିବା କହିଛନ୍ତି। ଦୀର୍ଘ ୩ଘଣ୍ଟା ଧରି ରାସ୍ତାରୋକୋ ଫଳରେ ଶତାଧିକ ଯାନବାହନ ଅଟକି ରହିଥିଲା। ସୂଚନା ପାଇଁ ପୋଲିସ, ବିଭାଗୀୟ ଅଧିକାରୀ ପହଞ୍ଚତ୍ ଆଲୋଚନା କରିଥିଲେ। ୨ଦିନ ମଧ୍ୟରେ ସମସ୍ୟା ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri